ପୁରୀ ପାଇଁ ‘କାଳିଆ’ ସହାୟତା
ପୁରୀ ଜିଲ୍ଲା ଚାଷୀମାନଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ କାଳିଆ ସହାୟତା ଘୋଷଣା । ଲ୍ଲାର ୧,୬୫,୧୩୧ ଜଣ କ୍ଷୁଦ୍ର ଓ ନାମମାତ୍ର ଚାଷୀ ୩୩.୦୩କୋଟି ଟଙ୍କା ପାଇବେ । ଏହି ଟଙ୍କା ସିଧାସଳଖ ଚାଷୀଙ୍କ ବ୍ୟାଙ୍କ ଖାତାରେ ଜମା କରାଯିବ । ୨୦୨୧-୨୨ ରବି ଋତୁ ପାଇଁ ପୁରୀ ଜିଲ୍ଲାର ଚାଷୀ ମାନେ କାଳିଆ ସହାୟତା ଭାବରେ ୨୦୦୦ ଟଙ୍କା ଲେଖାଏ ସହାୟତା ପାଇବେ । ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଏ ବିଷୟ ଘୋଷଣା କରିଛନ୍ତି ।
ସେପ୍ଟେମ୍ବର ୧୧ ତାରିଖରେ ମୁଖ୍ୟମନ୍ତ୍ରୀ ସାରା ରାଜ୍ୟର ୩୭,୧୨,୯୪୧ ଜଣ ଚାଷୀଙ୍କୁ ୭୪୨.୫୮ କୋଟି ଟଙ୍କାର କାଳିଆ ସହାୟତା ବଣ୍ଟନ କରିଥିଲେ । ପିପିଲି ଉପନିର୍ବାଚନ ପାଇଁ ପୁରୀ ଜିଲ୍ଲାର ଚାଷୀ ମାନଙ୍କୁ ଏହି ସହାୟତା ପ୍ରଦାନ କରାଯାଇପାରି ନ ଥିଲା ।ରାଜ୍ୟର କ୍ଷୁଦ୍ର, ନାମମାତ୍ର ଓ ଭୂମିହୀନ ଚାଷୀ ପରିବାରମାନଙ୍କୁ କୃଷି କାର୍ୟ୍ୟରେ ସହାୟତା ଯୋଗାଇ ଦେବା ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ କାଳିଆ ଯୋଜନା କାର୍ୟ୍ୟକାରୀ କରିଛନ୍ତି । ସାରା ଦେଶରେ ଚାଷମାନଙ୍କ କଲ୍ୟାଣ ପାଇଁ ଏହା ଏକ ଯୁଗାନ୍ତକାରୀ ପଦକ୍ଷେପ ।