THE BYAPINI

ହେଲଥ କାର୍ଡ ବାଣ୍ଟିବେ ମୁଖ୍ୟମନ୍ତ୍ରୀ

Get real time updates directly on you device, subscribe now.

ଆସନ୍ତା ୨୦ତାରିଖରୁ ମୁଖ୍ୟମନ୍ତ୍ରୀ ଜିଲ୍ଲା ଗସ୍ତରେ ଯିବେ । ମାଲକାନିଗିରିରେ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାର ସ୍ମାର୍ଟ ହେଲଥ କାର୍ଡ ଲୋକଙ୍କୁ ବାଣ୍ଟିବେ। ଅଗଷ୍ଟ ୧୫ ତାରିଖ ଦିନ ପ୍ରଥମ ରାଜ୍ୟ ଭାବେ ଓଡ଼ିଶା ସ୍ୱାସ୍ଥ୍ୟ କ୍ଷେତ୍ରରେ ଡିଜିଟାଲ ହେଲ୍ଥ କାର୍ଡ ଆରମ୍ଭ କରଛି। ଓଡ଼ିଶାର ୯୬ଲକ୍ଷ ପରିବାର ଓ ସାଢେ ୩କୋଟି ଲୋକ ଏହାଦ୍ୱାରା ଉପକୃତ ହେବେ। ପ୍ରତିବର୍ଷ ମହିଳାଙ୍କ ପାଇଁ ୧୦ଲକ୍ଷ ଓ ପରିବାର ପାଇଁ ୫ଲକ୍ଷ ଟଙ୍କା ଲେଖାଏଁ ବୀମା ସହାୟତା ମିଳିବ। ଏଭଳି ସ୍ମାର୍ଟ ସ୍ୱାସ୍ଥ୍ୟକାର୍ଡ ଦେବାରେ ଓଡ଼ିଶା ଦେଶର ପ୍ରଥମ ରାଜ୍ୟ।

ଜାତୀୟ ଖାଦ୍ୟ ସୁରକ୍ଷା ହିତାଧିକାରୀ, ରାଜ୍ୟ ଖାଦ୍ୟ ସୁରକ୍ଷା ହିତାଧିକାରୀ, ଅନ୍ନପୂର୍ଣ୍ଣା ଓ ଅନ୍ତୋଦ୍ୟୋୟ ହିତାଧିକାରୀଙ୍କୁ ମିଳିବ ଏହି ସ୍ମାର୍ଟ ହେଲ୍‌ଥ କାର୍ଡ। ରାଜ୍ୟ ତଥା ଦେଶରେ ୨୦୦ରୁ ଅଧିକ ଡାକ୍ତରଖାନାରେ ଏହି ସ୍ମାର୍ଟ ହେଲ୍ଥ କାର୍ଡ ସୁବିଧା ଲୋକ ପାଇପାରିବେ।

Get real time updates directly on you device, subscribe now.

Leave A Reply

Your email address will not be published.