ଓମଫେଡ ଚାଷୀଙ୍କୁ କୋଭିଡ ସହାୟତା
ଓମଫେଡ ଦୁଗଧ ଚାଷୀଙ୍କ ପାଇଁ ମୁଖ୍ୟମନ୍ତ୍ରୀ କୋଭିଡ ସହାୟତା ଘୋଷଣା କରିଛନ୍ତି । ଏହି ସହାୟତାରେ ପ୍ରତି ଦୁଗ୍ଧ ଚାଷୀଙ୍କୁ ଗୋଖାଦ୍ୟ ଖର୍ଚ୍ଚ ବାବଦ ସର୍ବାଧିକ ୬୦୦୦ ଟଙ୍କା ପର୍ୟ୍ୟନ୍ତ ସହାୟତା ଯୋଗାଇ ଦିଆଯିବ। ଏଥିରେ ୧୧ କୋଟି ଟଙ୍କା ଖର୍ଚ୍ଚ ହେବ ଏବଂ ରାଜ୍ୟର ୧ ଲକ୍ଷ ୨୦ ହଜାର ଦୁଗ୍ଧ ଚାଷୀ ଉପକୃତ ହେବେ।ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ କୋଭିଡ ମହାମାରୀ ଓଡିଶା ସମେତ ସାରା ବିଶ୍ବରେ ଅର୍ଥନୀତି ଉପରେ ଗୁରୁତର ପ୍ରଭାବ ପକାଇଛି । ଅର୍ଥନୀତିର ପ୍ରାୟ ଅନ୍ୟ ସମସ୍ତ କ୍ଷେତ୍ର ମାନ୍ଦା ଅବସ୍ଥାରେ ଥିବାବେଳେ, କେବଳ କୃଷି ଓ ଆନୁଷଙ୍ଗିକ କ୍ଷେତ୍ର ସଂଜୀବନୀ ପରି ଆମ ଅର୍ଥନୀତିକୁ ଶକ୍ତି ଯୋଗାଇଛି । ଲକ୍ଡାଉନ ଏବଂ ସଟ୍ଡାଉନ ସମୟରେ ଆମର ଚାଷୀମାନେ ଯେପରି ସାହସର ସହ ସେମାନଙ୍କର ଉତ୍ପାଦନ କାର୍ୟ୍ୟ ଜାରି ରଖିଛନ୍ତି, ସେମାନଙ୍କୁ ମୁଖ୍ୟମନ୍ତ୍ରୀ ଉଚ୍ଚ ପ୍ରଶଂସା କରିଛନ୍ତି ।
ଗ୍ରାମ୍ୟ ଅର୍ଥନୀତିରେ ଦୁଗ୍ଧ ଚାଷ ଏକ ଗୁରୁତ୍ବପୂର୍ଣ୍ଣ ଭୂମିକା ଗ୍ରହଣ କରିଥାଏ। ଆଉ କରୋନା ମହାମାରୀ କାରଣରୁ ଦୁଗ୍ଧ ଓ ଦୁଗ୍ଧ ଜାତ ଦ୍ରବ୍ୟ ଚାହିଦାରେ ବଡ ଧରଣର ହ୍ରାସ ଘଟିଛି। ଏହା ଦୁଗ୍ଧ ଚାଷୀଙ୍କ ଜୀବିକାକୁ ଗୁରୁତର ଭାବରେ ପ୍ରଭାବିତ କରିଛି। ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଦୁଗ୍ଧ ଚାଷୀଙ୍କୁ ଆର୍ଥିକ ସହାୟତା ଯୋଗାଇବା ପାଇଁ ମୁଖ୍ୟମନ୍ତ୍ରୀ ପ୍ରକାଶ କରିଛନ୍ତି।