THE BYAPINI

କେନ୍ଦ୍ର ମନ୍ତ୍ରୀଙ୍କୁ ନବୀନଙ୍କୁ ନିବେଦନ

Get real time updates directly on you device, subscribe now.

ସରକାରୀ ବିଦ୍ୟାଳୟକୁ ପୋଷ୍ୟ ଭାବେ ଗ୍ରହଣ କରିବା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅନୁରୋଧ କରିଛନ୍ତି। କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ପ୍ରତାପ ଷଡଙ୍ଗୀଙ୍କ ସମେତ ହାଇକୋର୍ଟର ବିଚାରପତି, ସମସ୍ତ ମନ୍ତ୍ରୀ, ସମସ୍ତ ସାଂସଦ ଏବଂ ବିଧାୟକ ମାନଙ୍କୁ ସେମାନେ ପଢିଥିବା ବିଦ୍ୟାଳୟ ବା ପସନ୍ଦର ବିଦ୍ୟାଳୟକୁ ପୋଷ୍ୟସ୍କୁଲ ଭାବେ ଗ୍ରହଣ କରିବା ପାଇଁ ଚିଠିରେ ଅନୁରୋଧ କରିଛନ୍ତି ମୁଖ୍ୟମନ୍ତ୍ରୀ ।

ଶିକ୍ଷା ଭିତ୍ତିଭୂମିରେ ଉନ୍ନତି ଆଣି ସରକାରୀ ବିଦ୍ୟାଳୟ ଗୁଡ଼ିକରେ ଏକ ଆଦର୍ଶ ଶୈକ୍ଷିକ ପରିବେଶ ସୃଷ୍ଟି କରିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ‘ମୋ ସ୍କୁଲ’ କାର୍ୟ୍ୟକ୍ରମ ଆରମ୍ଭ କରିଛନ୍ତି । ଏହି କାର୍ୟ୍ୟକ୍ରମରେ ଜଣେ ବ୍ୟକ୍ତି ଚାହିଁଲେ ସେ ପଢୁଥିବା ସ୍କୁଲର ବିକାଶରେ ଭାଗିଦାରୀ ହୋଇପାରିବ । ସରକାରଙ୍କ ଏହି କାର୍ୟ୍ୟକ୍ରମରେ ଦେଶ ବିଦେଶର ବହୁ ଓଡ଼ିଆ ସାମିଲ ହୋଇଛନ୍ତି ।

ମୁଖ୍ୟମନ୍ତ୍ରୀ ରାଜ୍ୟର ଦୁଇ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ପ୍ରତାପ ଷଡଙ୍ଗୀଙ୍କ ସମେତ ହାଇକୋର୍ଟର ବିଚାରପତି, ସମସ୍ତ ମନ୍ତ୍ରୀ, ସମସ୍ତ ସାଂସଦ ଏବଂ ବିଧାୟକମାନଙ୍କୁ ସେମାନେ ପଢ଼ିଥିବା ବିଦ୍ୟାଳୟ ବା ପସନ୍ଦର ବିଦ୍ୟାଳୟକୁ ପୋଷ୍ୟ ଭାବରେ ଗ୍ରହଣ କରିବାପାଇଁ ଅନୁରୋଧ କରିଛନ୍ତି। ଜଣେ ବ୍ୟକ୍ତି ଚାହିଁଲେ ସର୍ବାଧିକ ୩ ଗୋଟି ବିଦ୍ୟାଳୟକୁ ପୋଷ୍ୟ ଭାବରେ ଗ୍ରହଣ କରିପାରିବ।

ସରକାରୀ ସ୍କୁଲକୁ ପୌଷ୍ୟ ଭାବେ ଗ୍ରହଣ କରୁଛନ୍ତି ବହୁ ସଂଖ୍ୟାରେ ଆଇଏଏସ, ଆଇପିଏସ ଅଫିସର । ଏଯାଏ ୩୬ ଜଣ ଆଇଏଏସ ଓ ଆଇପିଏସ ଯୋଡି ହୋଇଛନ୍ତି । ତେବେ ଏହି ମୋ ସ୍କୁଲ ଅଭିଯାନ ସହାୟତା ରାଶିରେ ବିଦ୍ୟାଳୟଗୁଡିକରେ ଡିଜିଟାଲ କ୍ଲାସ ରୁମ ହେବ । ଚଳିତ ବର୍ଷଠାରୁ ମୋ ସ୍କୁଲ ଅଭିଯାନ ମାଧ୍ୟମରେ ଷ୍ଟୁଡେଂଟ ଆଡପସନ କାର୍ୟ୍ୟକ୍ରମ ଆରମ୍ଭ କରାଯିବ । ଏହା ମାଧ୍ୟମରେ ପୁରାତନ ଛାତ୍ରଛାତ୍ରୀ ଏବଂ ଇଚ୍ଛୁକ ବ୍ୟକ୍ତି ବି ୧୦୦ ଟି ବିଦ୍ୟାଳୟରେ ହଜାର ଛାତ୍ରଛାତ୍ରୀଙ୍କ ପୌଷ୍ୟ ଭାବେ ଗ୍ରହଣ କରି ସେମାନଙ୍କ ପାଠପଢାର ସମସ୍ତ ବିଷୟ ବୁଝିବେ ।

Get real time updates directly on you device, subscribe now.

Leave A Reply

Your email address will not be published.