THE BYAPINI

ହକି ତାରକାଙ୍କୁ ପୁରସ୍କାର ସହ ଚାକିରି

Get real time updates directly on you device, subscribe now.

ଟୋକିଓ ଅଲିମ୍ପିକ୍ସରେ ଚମତ୍କାର ପ୍ରଦର୍ଶନ କରିଥିବ‌ା ୪ଓଡ଼ିଆ ହକି ଖେଳାଳିଙ୍କୁ ସମ୍ବର୍ଦ୍ଧିତ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଭୁବନେଶ୍ୱରର କଳିଙ୍ଗ ଷ୍ଟାଡିୟମରେ ଓଡ଼ିଆ ଖେଳାଳିଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମ୍ବର୍ଦ୍ଧିତ କରିଛନ୍ତି । ବ୍ରୋଞ୍ଜ ପଦକ ବିଜେତା ଭାରତୀୟ ପୁରୁଷ ହକି ଦଳର ଅମିତ ରୋହୀ ଦାସ, ବିରେନ୍ଦ୍ର ଲାକ୍ରା ଏବଂ ମହିଳା ହକି ଦଳର ଦୀପ ଗ୍ରେସ ଏକ୍କା ଓ ନମିତା ଟପୋଙ୍କୁ ସମ୍ବର୍ଦ୍ଧିତ କରିଛନ୍ତି ମୁଖ୍ୟମନ୍ତ୍ରୀ।

ବୀରେନ୍ଦ୍ର ଲାକ୍ରା ଓ ଅମିତ ରୋହିଦାସଙ୍କୁ ୨.୫କୋଟି ଟଙ୍କାର ପୁରସ୍କାର ରାଶି ଦିଆଯାଇଥିବା ବେଳେ ରାଜ୍ୟ ପୁଲିସ ବିଭାଗରେ ଡେପୁଟି ସୁପରିଟେଣ୍ଡେଣ୍ଟ ଭାବରେ ନିଯୁକ୍ତି ପାଇଁ ନିଯୁକ୍ତି ପତ୍ର ପ୍ରଦାନ କରିଛନ୍ତି । ଏହା ସହ ୨ଜଣ ମହିଳା ହକି ଖେଳାଳି ନମିତା ଟ‌ପ୍ପୋ ଓ ଦୀପ୍‌ଗ୍ରେସ୍‌ ଏକ୍କାଙ୍କୁ ୫୦ଲକ୍ଷ ଟଙ୍କାର ପୁରସ୍କାର ରାଶି ପ୍ରଦାନ କରିଛନ୍ତି ମୁଖ୍ୟମନ୍ତ୍ରୀ । ଟୋକିଓ ଅଲିମ୍ପିକ୍ସରେ ଉଭୟ ପୁରୁଷ ଓ ମହିଳା ହକି ଦଳର ପ୍ରଦର୍ଶନକୁ ପ୍ରଶଂସା କରି ଖେଳାଳିଙ୍କୁ ଭବିଷ୍ୟତରେ ସରକାରଙ୍କ ପକ୍ଷରୁ ସହଯୋଗ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ପ୍ରତିଶ୍ରୁତି ଦେଇଛନ୍ତି । ଏହି ସମ୍ବର୍ଦ୍ଧନା କାର୍ୟ୍ୟକ୍ରମରରେ ମୁଖ୍ୟମନ୍ତ୍ରୀଙ୍କ ସମେତ କ୍ରୀଡ଼ା ମନ୍ତ୍ରୀ ତୁଷାର କାନ୍ତି ହେବରା, ଓଡ଼ିଶା ହକି ପ୍ରମୋଶନ କାଉଁସିଲ ଅଧକ୍ଷ ଦିଲୀପ ତିର୍କୀ, ୫-ଞ ସଚିବ ଭି. କେ ପାଣ୍ଡିଆନ୍, କ୍ରୀଡ଼ା ସଚିବ ଆର୍ ଭିନିଲ୍ କ୍ରିଷ୍ଣା ପ୍ରମୁଖ ମଧ୍ୟ ଉପସ୍ଥିତ ଥିଲେ।

Get real time updates directly on you device, subscribe now.

Leave A Reply

Your email address will not be published.