ଜିଲ୍ଲା ସ୍ତରରେ କଡାକଡି ହେବ କଟକଣା
ମୁଖ୍ୟମନ୍ତ୍ରୀଙ୍କ କରୋନା ସମୀକ୍ଷା । ବିିଭିନ୍ନ ଜିଲ୍ଲାରେ କଡାକଡ଼ି ହେବ କରୋନା କଟକଣା । ବିଭିନ୍ନ ବିଭାଗର ସଚିବ, ଜିଲ୍ଳାପାଳ ଓ ଏସପିଙ୍କ ସହ ଆଲୋଚନା ପରେ କଟକଣାକୁ କଡାକଡି କରିବାକୁ ନିର୍ଦ୍ଦେଶ ଦିଆଯାଇଛି । ନିର୍ଧିଷ୍ଟ ସ୍ଥାନରେ ସଂକ୍ରମଣ ବଢିଲେ ମିନି କଂଟେନମେଂଟ ଜୋନ ବ୍ୟବସ୍ଥା କରାଯିବ। ସର୍ବାଧିକ ପ୍ରଭାବିତ ରାଜ୍ୟରୁ ଆସୁଥିବା ଲୋକଙ୍କ ଉପରେ ନଜର ରଖାଯିବ ବୋଲି ନିଷ୍ପତ୍ତି ହୋଇଛି।
ରାଜ୍ୟରେ ଆରଟିପିସିଆର ଟେଷ୍ଟ୍ ସଂଖ୍ୟା ବଢାଇବା ଉପରେ ଗୁରୁତ୍ୱ ଦେଲେ ମୁଖ୍ୟମନ୍ତ୍ରୀ। ତେବେ ଆରଟିପିସିଆର ଟେଷ୍ଟ୍ ପାଇଁ ଜିଲ୍ଲା ସ୍ତରରେ ଆବଶ୍ୟକତା ହେଉଥିବା କର୍ମଚାରୀଙ୍କ ସଂଖ୍ୟା ବଢିବ। ଏହାସହ ସମସ୍ତ ଆକ୍ରାନ୍ତଙ୍କ କରୋନା ଟେଷ୍ଟିଂ ଉପରେ ଗୁରୁତ୍ୱ ଦେବାକୁ ନବୀନ କହିଛନ୍ତି। ଖାସକରି ବଜାର, ଧର୍ମାନୁଷ୍ଠାନ ଓ ବିବାହ ଉତ୍ସବ ଉପରେ ସରକାରଙ୍କର ଦୃଷ୍ଟି ରହିବ । କିନ୍ତୁ ନାଇଟ କର୍ଫ୍ୟୁକୁ ନେଇ ବୈଠକରେ କୌଣସି ନିଷ୍ପତି ହୋଇନଥିବା ନେଇ ସୂଚନା ମିଳିଛି । ଏହାବାଦ୍ ସମସ୍ତ କରୋନା ଆକ୍ରାନ୍ତଙ୍କ କଣ୍ଟାକ୍ଟ ଟ୍ରେସିଂ ଉପରେ ଗୁରୁତ୍ୱ ଦେବାକୁ ନିର୍ଦ୍ଦେଶ ଦିଆଯାଇଛି ।
ପୁଲିସ ଯାଞ୍ଚ ଅଧିକ କଡ଼ାକଡ଼ି କରିବାକୁ ବୈଠକରେ ପ୍ରସ୍ତାବ ଦିଆଯାଇଛି। ସହରାଞ୍ଚଳ ସମ୍ବେଦନଶୀଳ ଅଞ୍ଚଳ ଉପରେ ତୀକ୍ଷ୍ନ ନଜର ପାଇଁ ପ୍ରସ୍ତାବ ଦିଆଯାଇଛି। ହୋଲି ପାଇଁ ଝଜଉଙ୍କ ଗାଇଡଲାଇନ କଡ଼ାକଡ଼ି ପାଳନ ପାଇଁ ନିର୍ଦ୍ଦେଶ ଦିଆଯାଇଛି। ଅଫିସିଆଲ ମିଟିଂ ଭର୍ଚୁଆଲ ମାଧ୍ୟମରେ କରିବାକୁ ମଧ୍ୟ ପରାମର୍ଶ ଦିଆଯାଇଛି। ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ମଧ୍ୟ ମୁଖ୍ୟମନ୍ତ୍ରୀଙ୍କୁ କିଛି ପ୍ରସ୍ତାବ ଦିଆଯାଇଛି । ଯେଉଁଥିରେ ବାହାଘରରେ ୫ ଶହ ବଦଳରେ ୨ ଶହ ଲୋକ ସାମିଲ ପାଇଁ ପ୍ରସ୍ତାବ ଦିଆଯାଇଛି ।