THE BYAPINI

କରୋନା: କେଉଁ ଜିଲ୍ଲାରୁ କେତେ ପଜିଟିଭ?

Get real time updates directly on you device, subscribe now.

ଗତ ୨୪ ଘଣ୍ଟାରେ ରାଜ୍ୟରେ ୩,୬୨୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବର୍ଗର ୫୧୫ ଜଣ ଅଛନ୍ତି। ୨,୧୧୫ ଜଣ କ୍ୱାରେଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବା ବେଳେ ବାକି ୧୫୧୪ଟି ହେଉଛି ଲୋକାଲ୍ କେସ୍‌।ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୭୧୬ ଜଣ ଚିହ୍ନଟ ହୋଇଥିବା ବେଳେ ଅନୁଗୋଳରୁ ୮୯, ବାଲେଶ୍ୱରରୁ ୧୧୧, ବରଗଡ଼ରୁ ୭୧, ଭଦ୍ରକ ୪୫, ବଲାଙ୍ଗିରରୁ ୯୧, ବୌଦ୍ଧରୁ ୮୦, କଟକରୁ ୩୨୯, ଦେବଗଡ଼ରୁ ୬୮, ଢେଙ୍କାନାଳରୁ ୫୫, ଗଜପତିରୁ ୫୬, ଗଞ୍ଜାମରୁ ୪୬, ଜଗତସିଂହପୁରରୁ ୮୯, ଯାଜପୁରରୁ ୧୩୭ ଓ ଝାରସୁଗୁଡ଼ାରୁ ୫୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।ଳାହାଣ୍ଡି ଜିଲ୍ଲାରୁ ୮୫ ଜଣ ଚିହ୍ନଟ ହୋଇଥିବା ବେଳେ କନ୍ଧମାଳରୁ ୪୭, କେନ୍ଦ୍ରାପଡ଼ାରୁ ୧୪୯, କେନ୍ଦୁଝରରୁ ୪୪, କୋରାପୁଟରୁ ୩୧, ମାଲକାନଗିରିରୁ ୨୩, ମୟୂରଭଞ୍ଜରୁ ୧୪୨, ନବରଙ୍ଗପୁରରୁ ୯୦, ନୟାଗଡ଼ରୁ ୧୧୮, ନୂଆପଡ଼ାରୁ ୭୦, ପୁରୀରୁ ୫୩, ରାୟଗଡ଼ାରୁ ୧୦୧, ସମ୍ବଲପୁରରୁ ୧୦୧, ସୋନପୁରରୁ ୩୫ ଓ ସୁନ୍ଦରଗଡ଼ରୁ ୩୪୬ ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ଷ୍ଟେଟପୁଲ୍‌ରୁ ୧୬୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨ ଲକ୍ଷ ୫୯ ହଜାର ୪୦୫ରେ ପହଞ୍ଚିଥିବା ବେଳେ ସେମାନଙ୍କ ମଧ୍ୟରୁ ୧୨,୧୫ ୩୮୦ଜଣ ସୁସ୍ଥ ହୋଇସାରିଛନ୍ତି।
ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୧ ଲକ୍ଷ ୭୨ ହଜାରରୁ ଅଧିକ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୧୦୦୮ ଜଣଙ୍କ ମୃତ୍ୟୁ ହୋଇଛି । ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ୨୪ ଘଣ୍ଟାରେ ୧୭୨୪୩୩ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଦେଶରେ କରୋନା ଜନିତ ଦୈନିକ ମୃତ୍ୟୁ ସଂଖ୍ୟା ୧୦୦୮ ଛୁଇଁଛି ।ଏବେସୁଦ୍ଧା ଦେଶରେ ପ୍ରାୟ ୪ କୋଟି ୧୮ ଲକ୍ଷ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେହିପରି ୧୫୩୩୯୨୧ ସକ୍ରିୟ ମାମଲା ରହିଛି ଏବଂ ୩୯୭୭୦୪୧୪ ଜଣ ସୁସ୍ଥ ହୋଇ ଫେରିଛନ୍ତି

Get real time updates directly on you device, subscribe now.

Leave A Reply

Your email address will not be published.