THE BYAPINI

ଚିନ୍ତା ବଢାଇଲା ସଂକ୍ରମଣ..

Get real time updates directly on you device, subscribe now.

ନିୟନ୍ତ୍ରଣ ବାହାରକୁ ଯିବାରେ ଲାଗିଛି ଦେଶରେ କରୋନା ସଂକ୍ରମଣ । ଦେଶରେ ଲକ୍ଷେ ମୁହାଁ ଦୈନକ ସଂକ୍ରମଣ । ୨୪ଘଣ୍ଟାରେ ୯୦ହଜାର ୯୨୮ ପଜିଟିଭ ଚିହ୍ନଟ ହୋଇଛନ୍ତି । କାଲି ତୁଳନାରେ ୫୬.୫ପ୍ରତିଶତ ସଂକ୍ରମଣ ବୃଦ୍ଧି ପାଇଛି । ସେହିପରି ୨୪ଘଣ୍ଟାରେ ୩୨୫ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ମୋଟ ମୃତ୍ୟୁସଂଖ୍ୟା ୪ଲକ୍ଷ ୮୨ ହଜାର ୮୭୬ । ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୨ଲକ୍ଷ ୮୫ହଜାର ୪୦୧ । ସୁସ୍ଥ ହେଲେଣି ୩କୋଟି ୪୩ ଲକ୍ଷ ୪୧ହଜାର ୯ଜଣ । ଦୈନିକ ପଜିଟିଭ୍‌ ହାର ୬.୪୩ ପ୍ରତିଶତକୁ ବୃଦ୍ଧି ପାଇଛି ।

ଦେଶରେ ଓମିକ୍ରନ୍ ଆକ୍ରାନ୍ତଙ୍କ ସଂଖ୍ୟା ୨୬୩୦ରେ ପହଞ୍ଚିଲା । ୨୪ଘଣ୍ଟାରେ ୪୯୫ ଓମିକ୍ରନ୍ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେହିପରି ଓମିକ୍ରନରୁ ସୁସ୍ଥ ହେଲେଣି ୯୯୫ ଜଣ ।

ସେହିପରି ରାଜ୍ୟରେ ଗତକାଲି ୧୨୧୬ ଆକ୍ରାନ୍ତ ଚିହ୍ନଟ ହେଉଥିବା ବେଳେ ଆଜି ତାହା ୧୮୯୭ରେ ପହଞ୍ଚି ଯାଇଛି। ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନ୍‌ରୁ ୧୧୦୬ ଚିହ୍ନଟ ହୋଇଥିବା ବେଳେ ଲୋକାଲ୍ କେସ୍ ହେଉଛି ୭୯୧ ।ଆକ୍ରାନ୍ତଙ୍କ ମଧ୍ୟରୁ ୧୮ ବର୍ଷରୁ କମ୍ ବର୍ଗର ୨୫୮ ଚିହ୍ନଟ ହୋଇଥିବା ବେଳେ ମୋଟ୍ ଆକ୍ରାନ୍ତ ସଂଖ୍ୟା ୧୦ ଲକ୍ଷ ୫୯ ହଜାର ୭୭୩କୁ ବୃଦ୍ଧି ପାଇଛି। ଖୋର୍ଦ୍ଧା ଜିଲ୍ଲାରେ ସର୍ବାଧିକ ୬୬୯ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସୁନ୍ଦରଗଡ଼ରୁ ୨୬୨ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ କଟକରୁ ୧୪୮, ସମ୍ବଲପୁରରୁ ୧୨୫, ବାଲେଶ୍ୱରରୁ ୧୦୦, ଝାରସୁଗୁଡ଼ାରୁ ୬୬, କେନ୍ଦୁଝରରୁ ୩୧, ଯାଜପୁରରୁ ୩୦ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।ରାଜ୍ୟରେ ସମୁଦାୟ ପଜିଟିଭ ସଂଖ୍ୟା ୧୦, ୫୯,୭୭୩ରେ ପହଞ୍ଚିଥିବା ବେଳେ ୧୦,୪୫,୫୧୪ ଜଣ ସୁସ୍ଥ ହୋଇ ସାରିଲେଣି। ଏବେ ରାଜ୍ୟରେ ଆକ୍ଟିଭ କେସ୍‌ ରହିଛି ୫୭୩୯ ।

Get real time updates directly on you device, subscribe now.

Leave A Reply

Your email address will not be published.