THE BYAPINI

ହଜାରେ ତଳକୁ ଖସିଲା ସଂକ୍ରମଣ

Get real time updates directly on you device, subscribe now.

ରାଜ୍ୟରେ ହଜାରେ ତଳକୁ ଖସିଲା ସଂକ୍ରମଣ । ଗତ ୨୪ ଘଣ୍ଟା ମଧ୍ୟରେ ୮୫୯ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୭୮୧୨୧ ଜଣକୁ ବୃଦ୍ଧି ପାଇଛି ।ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୫୦୩ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୩୫୬ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୧୭୨ଜଣ ରହିଛନ୍ତି ।ସେହିପରି ରାଜ୍ୟରେ ୨୦ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି ।
ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ୪୫ଜଣ, ବାଲେଶ୍ୱର ଜିଲ୍ଲାରୁ ୨୧ଜଣ, ବରଗଡ଼ ଜିଲ୍ଲାରୁ ୨୧ଜଣ, ଭଦ୍ରକ ଜିଲ୍ଲାରୁ ୧୨ଜଣ, ବଲାଙ୍ଗୀର ଜିଲ୍ଲାରୁ ୯ଜଣ, ବୌଦ୍ଧ ଜିଲ୍ଲାରୁ ୨୦ଜଣ, କଟକ ଜିଲ୍ଲାରୁ ୬୫ଜଣ, ଦେଓଗଡ଼ ଜିଲ୍ଲାରୁ ୯ଜଣ, ଢେଙ୍କାନାଳ ଜିଲ୍ଲାରୁ ୯ଜଣ, ଗଜପତି ଜିଲ୍ଲାରୁ ୩୯ଜଣ, ଗଞ୍ଜାମ ଜିଲ୍ଲାରୁ ୧୮ଜଣ, ଜଗତସିଂହପୁର ଜିଲ୍ଲାରୁ ୧୫ଜଣ, ଯାଜପୁର ଜିଲ୍ଲାରୁ ୪୫ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୨୪ଜଣ, କଳାହାଣ୍ଡି ଜିଲ୍ଲାରୁ ୧୦ଜଣ, କନ୍ଧମାଳ ଜିଲ୍ଲାରୁ ୮ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୨୫ଜଣ, କେନ୍ଦୁଝର ଜିଲ୍ଲାରୁ ୧୬ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୧୦୫ଜଣ, କୋରାପୁଟ ଜିଲ୍ଲାରୁ ୭୧ଜଣ, ମାଲକାନଗିରି ଜିଲ୍ଲାରୁ ୧୨ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୩୪ଜଣ, ନବରଙ୍ଗପୁର ଜିଲ୍ଲାରୁ ୧୧ଜଣ, ନୟାଗଡ଼ ଜିଲ୍ଲାରୁ ୧୯ଜଣ, ନୂଆପଡ଼ା ଜିଲ୍ଲାରୁ ୧୩ଜଣ, ପୁରୀ ଜିଲ୍ଲାରୁ ୧୬ଜଣ, ରାୟଗଡ଼ା ଜିଲ୍ଲାରୁ ୨୯ଜଣ, ସମ୍ବଲପୁର ଜିଲ୍ଲାରୁ ୩୫ଜଣ, ସୋନପୁର ଜିଲ୍ଲାରୁ ୧୮ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୬୨ଜଣ, ଷ୍ଟେଟ ପୁଲ୍‌ରୁ ୨୩ଜଣ ରହିଛନ୍ତି ।

ଦେଶରେ କରୋନା ସଂକ୍ରମଣ ଲଗାତର ଭାବେ କମିବାରେ ଲାଗିଛି । ଗତ ୨୪ ଘଂଟାରେ ଦେଶରେ ୩୪,୧୧୩ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୩୪୬ ଜଣ ଲୋକ କରୋନା ସଂକ୍ରମଣରେ ପ୍ରାଣ ହରାଇଛନ୍ତି । ଏହା ପୂର୍ବରୁ ରବିବାର ଦିନ ୪୪,୮୭୭ ଜଣ ସଂକ୍ରମିତ ଚିହ୍ନଟ ହେଶଇଥିବା ବେଳେ ୮୭୭ ଜଣ ଲୋକ କରୋନା ସଂକ୍ରମଣରେ ପ୍ରାଣ ହରାଇଥିଲେ ।ଆଜିର ସଂକ୍ରମଣକୁ ମିଶାଇ ଦେଶରେ ମୋଟ ୪,୨୬,୩୧,୪୨୧ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏହାସହ ଦେଶରେ ଏବେ ୪,୭୮,୮୮୨ ଜଣ କରୋନା ସଂକ୍ରମିତ ଚିକିତ୍ସିତ ହେଉଛନ୍ତି । ଦେଶରେ କରୋନା ସଂକ୍ରମଣରୁ ସୁସ୍ଥ ହୋଇଥିବା ମୋଟ ସଂକ୍ରମିତଙ୍କ ସଂଖ୍ୟା ୪,୧୬,୭୭,୬୪୧ କୁ ବୃଦ୍ଧି ପାଇଛି । ଏହାସହ କରୋନା ସଂକ୍ରମଣରେ ମୋଟ ୫,୦୯,୦୧୧ ଜଣଙ୍କର ମୃତ୍ୟୁ ହୋଇଛି ।

Get real time updates directly on you device, subscribe now.

Leave A Reply

Your email address will not be published.