THE BYAPINI

କମୁଛି ସଂକ୍ରମଣ ହେଲେ ମୃତ୍ୟୁରେ ଲାଗୁନି ବ୍ରେକ୍

Get real time updates directly on you device, subscribe now.

କମୁଛି ସଂକ୍ରମଣ ହେଲେ ମୃତ୍ୟୁରେ ଲାଗୁନି ବ୍ରେକ୍ । ରାଜ୍ୟରେ ୨୪ଘଣ୍ଟାରେ ୧୭୧୨ ପଜିଟିଭ ଚିହ୍ନଟ ହୋଇଛନ୍ତି । ସଙ୍ଗରୋଧରୁ ୯୯୭, ସ୍ଥାନୀୟ ଅଞ୍ଚଳରୁ ୭୧୫ ପଜିଟିଭ ଚିହ୍ନଟ ହୋଇଛନ୍ତି । ୩୨୩ ଜଣ ୧୮ବର୍ଷରୁ କମ୍ ବୟସ ବର୍ଗର ଚିହ୍ନଟ ହୋଇଛନ୍ତି । ଖୋର୍ଦ୍ଧାରୁ ସର୍ବାଧିକ ୨୫୭, ସୁନ୍ଦରଗଡ ୧୪୭, କଟକ ୧୦୪ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୨ଲକ୍ଷ ୭୧ ହଜାର ୫୨୩ । ସେହିପରି ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା ୧୭ହଜାର ୬୪୭ ।
ସେପଟେ ରାଜ୍ୟରେ କରୋନା ଆଉ ୨୨ ଜଣଙ୍କ ମୃତ୍ୟୁ ହୋଇଛି । ଅଡିଟ୍ ପ୍ରୋସେସରେ ୨୨ଜଣଙ୍କ ମୃତ୍ୟୁ ନେଇ ସ୍ୱାସ୍ଥ୍ୟ ବିଭାଗର ସୂଚନା । ଖୋର୍ଦ୍ଧାରୁ ସର୍ବାଧିକ ୧୪ଜଣ ସଂକ୍ରମିତଙ୍କ ମୃତ୍ୟୁ ହୋଇଛି । ଅନୁଗୁଳ ଜିଲ୍ଲାରେ ୨ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ବଲାଙ୍ଗୀର, ଢେଙ୍କାନାଳ, ଜଗତସିହଂପୁରରେ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋ ଇଛି । ସେହିପରି କନ୍ଧମାଳ, ମୟୂରଭଞ୍ଜ ଓ ସୁନ୍ଦରଗଡରେ ମଧ୍ୟ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି ।
ଦେଶରେ ହ୍ରାସ ପାଉଛି କରୋନା ସଂକ୍ରମଣ । ୧ ଲକ୍ଷ ତଳେ ରହିଛି ଦୈନିକ ସଂକ୍ରମଣ । ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ହ୍ରାସ ପାଉଛି କିନ୍ତୁ ମୃତ୍ୟୁ ସଂଖ୍ୟାରେ ଲାଗୁନି ବ୍ରେକ୍ । ୨୪ ଘଣ୍ଟାରେ ଦେଶରେ ୭୧ ହଜାର ୩୬୫ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେହିପରି ୨୪ ଘଣ୍ଟାରେ ଦେଶରେ ୧ ହଜାର ୨୧୭ ଜଣଙ୍କ ଜୀବନ ନେଇଛି କିଲର ଭାଇରସ୍ । ଦେଶରେ ବର୍ତ୍ତମାନ ଦୈନିକ ପଜିଟିଭ ରେଟ୍ ୪.୫୪ ପ୍ରତିଶତ ରହିଛି । ସେହିପରି ଭାବରେ ୨୪ ଘଣ୍ଟାରେ ଦେଶରେ ୧ ଲକ୍ଷ ୭୨ ହଜାର ୨୧୧ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି ।

Get real time updates directly on you device, subscribe now.

Leave A Reply

Your email address will not be published.