ବଢୁଛି ସଂକ୍ରମଣ..୨% ଉପରେ ଟିପିଆର
ରାଜ୍ୟରେ ପୁଣି ଉପରମୁହାଁ କରୋନା ସଂକ୍ରମଣ । ସଂକ୍ରମଣ ହାର ରହିଛି ୨.୦୨% । ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୩୪୨ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । କଟକରେ ଧୀରେ ଧୀରେ ସଂକ୍ରମଣ କମୁଥିବା ବେଳେ ଖୋର୍ଦ୍ଧାରେ ସଂକ୍ରମଣ କମୁ ନାହିଁ। ସର୍ବାଧିକ ଆକ୍ରାନ୍ତ ଖୋର୍ଦ୍ଧାରୁ ଚିହ୍ନଟ ହେଉଛନ୍ତି। ଖୋର୍ଦ୍ଧାରୁ ସର୍ବାଧିକ ୪୭୭ ନୂଆ ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ କଟକରୁ ୧୬୪ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।
ଗତ ୨୪ ଘଣ୍ଟା ମଧ୍ୟରେ ଅନୁଗୁଳରୁ ୩୦ ଜଣ, ବାଲେଶ୍ୱରରୁ ୫୯ ଜଣ, ବରଗଡ଼ରୁ ୮ ଜଣ, ଭଦ୍ରକରୁ ୪୦ ଜଣ, ବଲାଙ୍ଗୀରରୁ ୩ ଜଣ, କଟକରୁ ୧୬୪ ଜଣ, ଦେବଗଡ଼ରୁ ୩ ଜଣ, ଢେଙ୍କାନାଳରୁ ୧୯ ଜଣ, ଗଜପତିରୁ ୪ ଜଣ, ଗଞ୍ଜାମରୁ ୯ ଜଣ, ଜଗତସିଂହପୁରରୁ ୭୮ ଜଣ, ଯାଜପୁରରୁ ୬୬ ଜଣ, କଳାହାଣ୍ଡିରୁ ୩ ଜଣ, କନ୍ଧମାଳରୁ ୫ ଜଣ, କେନ୍ଦ୍ରାପଡ଼ାରୁ ୪୩ ଜଣ, କେଉଁଝରରୁ ୨୩ ଜଣ, କୋରାପୁଟରୁ ୧୧ ଜଣ, ମାଲକାନଗିରିରୁ ୭ ଜଣ, ମୟୁରଭଞ୍ଜରୁ ୪୧ ଜଣ, ନବରଙ୍ଗପୁରରୁ ୨ ଜଣ, ନୟାଗଡ଼ରୁ ୨୮ ଜଣ, ନୂଆପଡ଼ାରୁ ୩ ଜଣ, ପୁରୀରୁ ୫୫ ଜଣ, ରାୟଗଡ଼ାରୁ ୧୮ ଜଣ, ସମ୍ୱଲପୁରରୁ ୧୮ ଜଣ, ସୋନପୁରରୁ ୪ ଜଣ, ସୁନ୍ଦରଗଡ଼ରୁ ୧୩ ଓ ଷ୍ଟେଟ ପୁଲରୁ ୧୦୫ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି ।
୬୮ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୬୨୩୬କୁ ବୃଦ୍ଧି ପାଇଛି । ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୯୮୩୫୨୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୩୫୧୬ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୯୬୩୭୧୮ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।