THE BYAPINI

ମହିଳାଙ୍କୁ ଅବହେଳା କରିଛି କିଏ?

Get real time updates directly on you device, subscribe now.

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ‘ପ୍ରଧାନମନ୍ତ୍ରୀ ମୋଦୀ ମହିଳା ବିରୋଧୀ’ ମନ୍ତବ୍ୟ ଉପରେ ଆଜି ଜବାବ ରଖିଛନ୍ତି କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ମୋଦି ସରକାର ସବୁବେଳେ ମହିଳାଙ୍କୁ ପ୍ରାଧାନ୍ୟ ଦେଇ ଆସିଛନ୍ତି । କରୋନା ବେଳେ ଚାଷୀଙ୍କ ଖାତାକୁ ସିଧାସଳଖ ଟଙ୍କା ପଠାଇଛନ୍ତି । ମହିଳା ମାନଙ୍କୁ ଉଜ୍ୱଳା ଯୋଜନାରେ ୩ଟି ଲେଖାଁଏ ସିଲିଣ୍ଡର ଦେଇଛନ୍ତି । ଏହା ସହ ବିଧବା ମହିଳାଙ୍କୁ ଭତ୍ତା ଦେଇଛନ୍ତି । ମହିଳାଙ୍କୁ କିଏ ଅବହେଳା କରିଛନ୍ତି ରାଜ୍ୟବାସୀ ଠିକ ଜାଣିଛନ୍ତି ବୋଲି କହିଛନ୍ତି କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ।

ଧର୍ମେନ୍ଦ୍ର କହିଛନ୍ତି କି, ଯେ ପ୍ରଧାନମନ୍ତ୍ରୀ ମୋଦି ମହିଳାଙ୍କ ପାଇଁ ସମଗ୍ର ଭାରତ ବର୍ଷରେ ସ୍ୱଚ୍ଛ ଭାରତ ଅଭିଯାନରେ ଶୌଚାଳୟ ନିର୍ମାଣ କରୁଛନ୍ତି । ମୋଦି ସରକାରରେ ଓଡ଼ିଶାରେ ୭୭ ଲକ୍ଷ ୧୪ ହଜାର ୮୦୯ଟି ଘର ସହ ଶୌଚାଳୟ ନିର୍ମାଣ କରାଯାଇ ମହିଳାଙ୍କୁ ସମ୍ମାନ ଦେଇଛନ୍ତି । ସେହିପରି କରୋନା ସମୟରେ ପ୍ରଧାନମନ୍ତ୍ରୀ ଉଜ୍ଜଳା ଯୋଜନାରେ ୪୭ ଲକ୍ଷରୁ ଉଦ୍ଧ୍ୱର୍ ହିତାଧିକାରୀଙ୍କୁ ମାଗଣାରେ ୩ଟି ଏଲପିଜି ସିଲିଣ୍ଡରର ବ୍ୟବସ୍ଥା ହୋଇଥିବା ବେଳେ ଓଡ଼ିଶାକୁ କରୋନା ସମୟରେ ୪୪୦ କୋଟି ଟଙ୍କା ବ୍ୟୟରେ ୬୮.୭୯ ଲକ୍ଷ ଏଲପିଜି ସିଲିଣ୍ଡର ଦିଆଯାଇଛି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦୃଢ଼ ଇଚ୍ଛାଶକ୍ତି କାରଣରୁ ଆଜି ଦେଶର ମାଆ ଓ ଭଉଣୀମାନେ ଶୌଚ ଏବଂ ଜାଳେଣୀ କାଠ ପାଇଁ ଜଙ୍ଗଲ ଉପରେ ନିର୍ଭର କରୁନାହାନ୍ତି ।
ମହିଳା ମାନଙ୍କୁ ସଶକ୍ତ କରିବା ସହ ସେମାନଙ୍କର ବିକାଶ କଥା ଚିନ୍ତା କରିବା ମୋଦି ସରକାରଙ୍କ ମୂଳସ୍ତମ୍ଭ ବୋଲି ଢ଼େଙ୍କାନାଳରେ ଆୟୋଜିତ ବିଶାଳ ଚାଷୀ ସମାବେଶରେ କହିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ।ଜାତୀୟ ସାମାଜିକ ସୁରକ୍ଷା ଭତ୍ତା ଯୋଜନାରେ ବରିଷ୍ଠ ନାଗରିକ, ଦିବ୍ୟାଙ୍ଗ, ବିଧବାଙ୍କ ପାଇଁ ୧ ହଜାର ଟଙ୍କାର ବ୍ୟବସ୍ଥା ହୋଇଥିବା ବେଳେ ରାଜ୍ୟରେ ଥିବା ୨୦.୨୭ ଲକ୍ଷ ହିତାଧିକାରୀଙ୍କୁ ୨୦୨.୭୦ କୋଟି ଟଙ୍କା ପ୍ରଦାନ କରାଯାଇଛି । ଓଡିଶାରେ ମିଶନ ଇନ୍ଦ୍ରଧନୁଷରେ ୩.୮ ଲକ୍ଷରୁ ଉଦ୍ଧ୍ୱର୍ ଶିଶୁ ଏବଂ ୧.୧୦ ଲକ୍ଷ ଗର୍ଭବତୀ ମହିଳାଙ୍କୁ ଟୀକାକରଣ କରାଯାଇଛି । ଓଡିଶାର ପଛୁଆ ଜିଲ୍ଲା ଯଥା କନ୍ଧମାଳ, କଳାହାଣ୍ଡି, କୋରାପୁଟ, ଢେଙ୍କାନାଳ, ରାୟଗଡା, ବଲାଙ୍ଗୀର, ମାଲକାନଗିରି ଏବଂ ଗଜପତି ଜିଲ୍ଲାର ଗ୍ରାମାଂଚଳର ମହିଳାଙ୍କୁ ଶିକ୍ଷା, ନିଯୁକ୍ତି, ଦକ୍ଷତା ବିକାଶ ପାଇଁ ମହିଳା ଶକ୍ତି କେନ୍ଦ୍ର ପ୍ରତିଷ୍ଠା ପାଇଁ ୭.୭୫ କୋଟି ଦିଆଯାଇଛି । ପୋଷଣ ଅଭିଯାନରେ ଓଡିଶାର ୩୦ଟି ଜିଲ୍ଲାକୁ ଅର୍ନ୍ତଭୁକ୍ତ କରାଯାଇଛି । ଏହି ଯୋଜନାରେ କେନ୍ଦ୍ରର ଭାଗ ଅନୁସାରେ ଓଡିଶାକୁ ଏପର୍ୟ୍ୟନ୍ତ ୧୫୧.୭୧ କୋଟି ଟଙ୍କା ଜାରୀ କରାଯାଇଛି ।

ରାଜ୍ୟର ସମସ୍ତ ଜିଲ୍ଲାରେ ବେଟି ବଚାଓ, ବେଟି ପଢାଓ ଭଳି ଯୋଜନାକୁ କାର୍ୟ୍ୟକାରୀ କରାଯାଇଛି । ଶିଶୁ କନ୍ୟାଙ୍କ ସୁରକ୍ଷା ପାଇଁ ୯.୪୮ ଲକ୍ଷ ଆକାଉଂଟ ସୁକନ୍ୟା ସମୃଦ୍ଧି ଯୋଜନାରେ ଖୋଲାଯାଇଛି । ବେଟି ବଚାଓ ଏବଂ ବେଟି ପଢାଓ ଓଡିଶାର ଗ୍ରାମାଂଚଳରେ ଆଣିଛି ବଡ ପରିବର୍ତନ ଆଣିଛି । ଓଡିଶାରେ ୧୧୪ଟି କସ୍ତୃରବା ଗାନ୍ଧି ବାଳିକା ବିଦ୍ୟାଳୟ ପରିଚାଳନା ହେଉଥିବା ବେଳେ ଏହା ଦ୍ୱାରା ୯ ହଜାର ୫୪୨ ଜଣ ଛାତ୍ରୀ ଉପକୃତ ହେଉଛନ୍ତି । ଏହାବ୍ୟତିତ ପ୍ରଧାନମନ୍ତ୍ରୀ ସୁରକ୍ଷିତ ମାତୃତ୍ୱ ଅଭିଯାନର ଲାଭ ପାଇବା ମଧ୍ୟରେ ଶ୍ରେଷ୍ଠ ୫ ରାଜ୍ୟ ମଧ୍ୟରେ ଓଡ଼ିଶା ରହିଛି । ୮ ହଜାର ୭୦୨ ଜଣ ମହିଳା ଏହି ଯୋଜନାରେ ସମସ୍ତ ସେବା ଓ ସୁବିଧା ସହାୟତା ପାଇପାରୁଛନ୍ତି କିନ୍ତୁ ରାଜ୍ୟ ସରକାର ନିର୍ବାଚନ ପୂର୍ବରୁ ପରୀ ରଥ ବୁଲାଇଲେ । ମାତ୍ର ନୟାଗଡ଼ର ଛୋଟ ଶିଶୁ ପରୀ ମାମଲା କଣ ହେଲା ? ରାଜ୍ୟର ୫ ହଜାରରୁ ଅଧିକ ଶିଶୁ କୁଆଡେ ଗଲେ ବୋଲି ପ୍ରଶ୍ନ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ।

ବିଜେଡିର ୨୪ତମ ପ୍ରତିଷ୍ଠା ଦିବସ ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟ କାର୍ୟ୍ୟାଳୟରେ ଦଳୀୟ କର୍ମୀମାନଙ୍କୁ ଉଦବୋଧନ ଦେଇ କହିଥିଲେ ଯେ ମାଆମାନେ ହେଉଛନ୍ତି ସମାଜ ରଥର ଅଖ। ସେମାନଙ୍କ ବିନା ଏହି ରଥ ଆଗକୁ ବଢିପାରିବ ନାହିଁ। ଏପରିକି ୨୦୧୯ ଲୋକସଭା ନିର୍ବାଚନରେ ୩୩ ପ୍ରତିଶତ ମହିଳାଙ୍କୁ ଦଳ ଟିକେଟ ଦେଇଛି। କିନ୍ତୁ ଜାତୀୟ ଦଳ ମହିଳାଙ୍କୁ ନେଇ ନିଜର ଇସ୍ତାହାରରେ ବହୁତ ବଡ଼ ବଡ଼ କଥା କୁହନ୍ତି। କିନ୍ତୁ ନିର୍ବାଚନ ସରିବା ପରେ ସବୁ ଭୁଲି ଯାଆନ୍ତି। ଏଭଳି କହି ଜାତୀୟ ଦଳର ମହିଳାଙ୍କ ଉପରେ ଫୋକସ ନ ଥିବା କହିଥିଲେ ନବୀନ ।

Get real time updates directly on you device, subscribe now.

Leave A Reply

Your email address will not be published.