THE BYAPINI

ଚିଠି ଲେଖିଲେ କେନ୍ଦ୍ର ମନ୍ତ୍ରୀ

Get real time updates directly on you device, subscribe now.

ଲିଙ୍ଗରାଜ ଓ ଶୁକଶାରୀ ମନ୍ଦିର ଚାରିପଟେ ଥିବା ପ୍ରାଚୀନ ମନ୍ଦିରର ପୁନରୁଦ୍ଧାର ପାଇଁ କେନ୍ଦ୍ର ସଂସ୍କୃତି ମନ୍ତ୍ରୀଙ୍କୁ ଚିଠି ଲେଖିଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର । ଏସଏସଆଇର ବିଶେଷଜ୍ଞ ଦଳକୁ ଭୁବନେଶ୍ୱର ପଠାଇବାକୁ ନିର୍ଦ୍ଦେଶ ଦେବା ସହ ଏହି କ୍ଷେତ୍ରର ଖନନ କରି ଏହାର ଗବେଷଣା କରିବା ଦିଗରେ ହସ୍ତକ୍ଷେପ କରିବାକୁ ଉଲ୍ଲେଖ କରିଛନ୍ତି କେନ୍ଦ୍ରମନ୍ତ୍ରୀ ।

କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ଲେଖିଛନ୍ତି ଯେ, ଏଏସଆଇର ଭୁବନେଶ୍ବର ଶାଖା ଦ୍ବାରା ଶୁକଶାରୀ ମନ୍ଦିର ନିକଟ ୨ ଏକର ଜମିରେ ଖନନ କାର୍ୟ୍ୟ ଚାଲିଥିବା ବେଳେ ସୋମବଂଶୀ ସମୟରଦଶମ ଶତାବ୍ଦୀ ଏବଂ ଏକାଦଶ ଶତାବ୍ଦୀର ଅମୂଲ୍ୟ ଭଗ୍ନାବଶେଷ ଦେଖିବାକୁ ମିଳିଛି । ଏଏସଆଇ ନିକଟରେ ଦୁଇଟି ଢ଼ାଂଚା ଆବିଷ୍କାର କରିଛି । ଯାହା ଶାରୀ ମନ୍ଦିରର ଭଗ୍ନାବଶେଷ ବୋଲି ଜଣାପଡୁଛି । ଶୁକଶାରୀ ମନ୍ଦିର ଓ ଲିଙ୍ଗରାଜ ମନ୍ଦିରର ପୂରାତନ କିର୍ତ୍ତିରାଜି ଏବଂ ପ୍ରତ୍ନତତ୍ୱ ବିଭାଗ ଓ ଭଗ୍ନାବଶେଷ ଆଇନ ଅଧୀନରେ ଏଏସଆଇ ଦ୍ୱାରା ସୁରକ୍ଷିତ ରଖାଯାଇଛି । ପାରିପାଶ୍ୱକ ସ୍ଥିତିରୁ ଜଣାପଡୁଛି ମନ୍ଦିର ଭୂମି ତଳେ ଅନେକ ଐତିହାସିକ ଢାଞ୍ଚା ରହିଛି ତେଣୁ ଏହାର ପୁନରୁଦ୍ଧାର ଆବଶ୍ୟକ ।

ଓଡ଼ିଶାର ପ୍ରଚୀନ କୀର୍ତିରାଜିକୁ ସୁରକ୍ଷିତ ରଖିବା ପାଇଁ ତୁରନ୍ତ ପଦକ୍ଷେପ ନେବାର ଆବଶ୍ୟକତା ରହିଛି । ଏକାମ୍ର କ୍ଷେତ୍ର ବିଶେଷ ଭାବରେ ପ୍ରଭୁ ଲିଙ୍ଗରାଜ ଓ ଶୁକଶାରୀ ମନ୍ଦିର ନିକଟକୁ ଏକ ଏଏସଆଇର ବିଶେଷଜ୍ଞ ଦଳକୁ ପଠାଇବାକୁ ନିର୍ଦ୍ଦେଶ ଦେବା ପାଇଁ ଧର୍ମେନ୍ଦ୍ର ପ୍ରଧାନ ଅନୁରୋଧ କରିଛନ୍ତି । ଶୁକଶାରୀ ମନ୍ଦିର ନିକଟ ୨ ଏକର ଜମିରେ ଖନନ କାମ ଚାଲିଥିବା ବେଳେ ଶାରୀ ମନ୍ଦିରର ଉତ୍ତର-ପଶ୍ଚିମ କୋଣରେ ଥିବା ସୋମବଂଶୀ ସମୟର ଦଶମ ଶତାବ୍ଦୀ ଏବଂ ଏକାଦଶ ଶତାବ୍ଦୀର ଅମୂଲ୍ୟ ଭଗ୍ନାବଶେଷ ବାହାରିଛି ।

Get real time updates directly on you device, subscribe now.

Leave A Reply

Your email address will not be published.