THE BYAPINI

ତାତିରୁ ତ୍ରାହି ନାହିଁ

Get real time updates directly on you device, subscribe now.

ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହରେ ଜଳୁଛି ସାରା ଓଡ଼ିଶା । ରାଜ୍ୟରେ ଗ୍ରୀଷ୍ମପ୍ରବାହ ଜାରି ରହିଥିବା ବେଳେ ଆଗାମୀ ୨୪ ଘଣ୍ଟାରେ ତାପମାତ୍ରା ୪ ଡିଗ୍ରୀ ବୃଦ୍ଧି ପାଇବା ଆଶଙ୍କା କରିଛି ପାଣିପାଗ ବିଭାଗ। ଏହାକୁ ଦୃଷ୍ଟିରେ ରଖି ଭୁବନେଶ୍ବର ପାଣିପାଗ କେନ୍ଦ୍ର କିଛି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି।

ବାରିପଦାରୁ ଭୁବନେଶ୍ୱର, ସୁନ୍ଦରଗଡ଼ରୁ ସୋନପୁର, କଳାହାଣ୍ଡିରୁ କଟକ ସବୁଠି ପାରଦ ଉପରମୁହାଁ ।ଏନେଇ ୨୧ଟି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ଆସନ୍ତା ଏପ୍ରିଲ ୧ ତାରିଖ ଯାଏଁ ସୁନ୍ଦରଗଡ଼, ଝାରସୁଗୁଡ଼ର, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ,ଢ଼େଙ୍କାନାଳ, କେନ୍ଦୁଝର, ମୟୁରଭଞ୍ଜ, ବାଲେଶ୍ବର, ଭଦ୍ରକ, ଯାଜପୁର, କଟକ, ନୟାଗଡ଼, ଖୋର୍ଧା, ସୁବର୍ଣ୍ଣପୁର, ବୌଦ୍ଧ, କାନ୍ଧମାଳ, ବଲାଙ୍ଗୀର, କଳାହାଣ୍ଡି ଓ ନୂଆପଡ଼ା ଆଦି ଜିଲ୍ଲା‌କୁ ଗ୍ରୀଷ୍ମପ୍ରବାହ ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି।

ସେହିପରି ଏପ୍ରିଲ ୧ରୁ ୨ ତାରିଖ ପର୍ୟ୍ୟନ୍ତ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲାଗୁଡ଼ିକ ମଧ୍ୟରେ ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢ଼େଙ୍କାନାଳ,କେନ୍ଦୁଝର, ମୟୁରଭଞ୍ଜ,ବାଲେଶ୍ବର, ଭଦ୍ରକ, ଯାଜପୁର, କଟକ, ନୟାଗଡ଼, ଖୋର୍ଧା, ସୁବର୍ଣ୍ଣପୁର, ବୌଦ୍ଧ, କନ୍ଧମାଳ, ବଲାଙ୍ଗୀର, କଳାହାଣ୍ଡି ଓ ନୂଆପଡ଼ା ଆଦି ରହିଛି।ଏହିସବୁ ଜିଲ୍ଲାବାସୀଙ୍କୁ ୨ ତାରିଖ ସକାଳ ୮ଟା ୩୦ ଯାଏଁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି। ରୋଗାକ୍ରାନ୍ତ, ବୃଦ୍ଧ ଓ ଶିଶୁଙ୍କ ପ୍ରତି ବିଶେଷ ସତର୍କ ଦୃଷ୍ଟି ରଖିବାକୁ ପରାମର୍ଶ ଦିଆଯାଇଛି। ଗତକାଲି ରାଜ୍ୟର ୧୬ଟି ସହରର ତାପମାତ୍ରା ୪୦ ଡିଗ୍ରୀ ଉପରେ ରହିଥିଲା। ବାରିପଦାରେ ସର୍ବାଧିକ ୪୪.୬ ଡିଗ୍ରୀ ରେକର୍ଡ କରାଯାଇଥିଲା।

Get real time updates directly on you device, subscribe now.

Leave A Reply

Your email address will not be published.