ଅଗ୍ନିଶମ କର୍ମଚାରୀଙ୍କ ଛୁଟି ବାତିଲ୍
ସମ୍ଭାବ୍ୟ ବାତ୍ୟା ପାଇଁ ଅଗ୍ନିଶମ ବିଭାଗର ସମସ୍ତ କର୍ମଚାରୀଙ୍କ ଛୁଟି ବାତିଲ୍ । ପ୍ରତି ଜିଲ୍ଲା ହେଡ୍ କ୍ୱାର୍ଟରରେ ଆବଶ୍ୟକ ସାମଗ୍ରୀ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି । ବାତ୍ୟା ମୁକାବିଲା ପାଇଁ ପ୍ରସ୍ତୁତ ରହିବାକୁ ନିର୍ଦ୍ଦେଶ । ଆବଶ୍ୟକ ସରଞ୍ଜାମଗୁଡିକୁ ଯାଞ୍ଚ କରି ପ୍ରସ୍ତୁତ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି । ଅଗ୍ନିଶମ ଡିଜି ଏ ନେଇ ସୂଚନା ଦେଇଛନ୍ତି ।
ସେପଟେ ସମ୍ଭାବ୍ୟ ବାତ୍ୟା ପରିସ୍ଥିତିର ମୁକାବିଲା ଲାଗି ରାଜ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗର ସମୀକ୍ଷା ବୈଠକ ହୋଇଛି । ଖାଦ୍ୟ ଯୋଗାଣ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁ କହିଛନ୍ତି, ରାଜ୍ୟରେ ପର୍ୟ୍ୟାପ୍ତ ଖାଦ୍ୟ ସାମଗ୍ରୀ ମହଜୁଦ୍ ଅଛି । ତେଣୁ ଲୋକେ ଭୟନୀତ ନହେବାକୁ କହିଛନ୍ତି ମନ୍ତ୍ରୀ । ତା’ସହ କଳାବଜାରୀ ବିରୋଧରେ କାର୍ୟ୍ୟାନୁଷ୍ଠାନ ନିଆଯିବ ବୋଲି ସୂଚନା ଦେଇଛନ୍ତି ଯୋଗାଣ ମନ୍ତ୍ରୀ ।