ପ୍ରବଳ ବର୍ଷା ପରେ ଆସିପାରେ ବନ୍ୟା
ଓଡିଶା ଛୁଇଁଲା ମୌସୁମୀ ବାୟୁ । ଦକ୍ଷିଣ ଓଡିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୋସୁମୀ ବାୟୁ । ଆଗାମୀ ୪୮ଘଣ୍ଟା ମଧ୍ୟରେ ସାରାରାଜ୍ୟକୁ ଛୁଇଁବ ମୌସୁମୀ ବାୟୁ । ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି । ଆଜି ଓଡ଼ିଶାର କିଛି ଅଞ୍ଚଳକୁ ମୌସୁମୀ ଛୁଇଁଛି। ଦକ୍ଷିଣ ଓଡ଼ିଶା ଏବଂ ବଲାଙ୍ଗିରରେ ଭଲ ବର୍ଷା ହୋଇଛି। ଲଘୁଚାପ ଯୋଗୁଁ ଆଜି ଆହୁରି ଅନେକ ଅଞ୍ଚଳରେ ବର୍ଷା ହେବ।
ସେହିପରି ପାଣିପାଗ ବିଭାଗର ସୂଚନା ଅନୁସାରେ, ଉତ୍ତର ବଙ୍ଗୋସାଗରରେ ଆସନ୍ତା ୧୧ ତାରିଖ ବେଳକୁ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ। ଯାହା ମୌସୁମୀ ପ୍ରବେଶର ଅନୁକୂଳ ପରିବେଶ ସୃଷ୍ଟି କରିବ। ଆଜିଠୁ ୧୪ ତାରିଖ ଯାଏଁ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ରହିଛି । ଆସନ୍ତା ୨୪ ଘଣ୍ଟା ପାଇଁ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ସୁନ୍ଦରଗଡ଼, ଝାରସୁଗୁଡ଼ା, ଦେବଗଡ଼, କେନ୍ଦୁଝର, ମୟୁରଭଞ୍ଜ, ବାଲେଶ୍ବର, ଭଦ୍ରକ , ଯାଜପୁର, କେନ୍ଦ୍ରାପଡ଼ା ଓ ଜଗତସିଂହପୁର ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ତେଣୁ ପ୍ରବଳ ବର୍ଷାର ପ୍ରଭାବରେ ରାଜ୍ୟର ଅଧିକାଂଶ ନଦୀରେ ବନ୍ୟା ଜଳ ଆସିପାରେ। ଏପରିକି ପାହାଡ଼ିଆ ଅଞ୍ଚଳରେ ଅତଡ଼ା ଖସିବା ଆଶଙ୍କା ରହିଛି ।
ସେପଟେ ରାଜ୍ୟରେ ପ୍ରବଳ ବର୍ଷା ପ୍ରଭାବରେ ବନ୍ୟା ଆଶଙ୍କାକୁ ଦୃଷ୍ଟିରେ ରଖି ସଜାଗ ହେଲା ଜଳସଂପଦ ବିଭାଗ । ଉପକୂଳବର୍ତୀ ଜିଲ୍ଲାଗୁଡିକୁ ଜଳ ସଂପଦ ବିଭାଗ ପକ୍ଷରୁ ଆଲର୍ଟ କରାଯାଇଛି । ବିଶେଷକରି କଟକ. ଜଗତସିଂହପୁର,କେନ୍ଦ୍ରାପଡା,ଅନୁଗୁ.ଢେଙ୍କାନାଳ,ମୟୁରଭଂଜ ,ବାଲେଶ୍ୱର, ଭଦ୍ରକ ଓ ଯାଜପୁରକୁ ଅଧିକ ସତର୍କ କରାଯାଇଛି ।ପରିସ୍ଥିତିକୁ ଦୃଷ୍ଟିରେ ରଖି କିଛି ସ୍ଥାନରେ ନୂଆ ଅଫିସରଙ୍କୁ ଦାୟିତ୍ୱ ଦିଆଯାଇଛି । କଂଟ୍ରୋଲ ରୁମ ଖୋଲାଯାଇଥିବା ଜଳ ସଂପଦ ବିଭାଗର ସର୍ବୋଚ୍ଚ ଯନ୍ତ୍ରୀ ଜ୍ୟୋର୍ତିମୟ ରଥ କହିଛନ୍ତି ।