ଆଜି ବି ଅଚଳ ବିଧାନସଭା
ତୃତୀୟ ଦିନରେ ବି ଚାଲିପାରିଲାନି ବିଧାନସଭା । ଷ୍ଟାଫ୍ ସିଲେକ୍ସନ ପ୍ରସଙ୍ଗ ଉଠାଇ ଗୃହରେ ହଟ୍ଟଗୋଳ କଲେ କଂଗ୍ରେସ ସଦସ୍ୟ । ପ୍ରଶ୍ନକାଳ ଆରମ୍ଭରୁ ଷ୍ଟାଫ୍ ସିଲେକ୍ସନ ଦୁର୍ନୀତି ପ୍ରସଙ୍ଗ ନେଇ ନାରାବାଜି ଓ ହୋହଲ୍ଲା । ଏଥିରେ ତୃତୀୟ ମହଲାର ସଂପୃକ୍ତିକୁ ଅସ୍ବୀକାର କରାଯାଇ ନ ପାରେ କହିଥିଲେ । ଫଳରେ ବାଚସ୍ପତି ଅପରାହ୍ନ ୪ଟା ଯାଏଁ ଗୃହ କାର୍ୟ୍ୟକୁ ମୁଲତବୀ ରଖିଲେ । ଗୃହର ମଧ୍ୟଭାଗକୁ ଆସି କଂଗ୍ରେସ ସଦସ୍ୟ ନାରାବାଜି ଦେଇଥିଲେ ।
ଗତ ଦୁଇଦିନ ହେବ କଂଗ୍ରେସ ଚାଷୀ ଓ ମରୁଡି ସମସ୍ୟା ପ୍ରସଙ୍ଗ ଉଠାଇ ହଟ୍ଟଗୋଳ କରିଥିବା ବେଳେ ଆଜି ମଧ୍ୟ ସମାନ ସ୍ଥିତି ଦେଖିବାକୁ ମିଳିଛି । କିନ୍ତୁ ଆଜି କୌଣସି ଚାଷି କିମ୍ବା ମରୁଡି ପ୍ରସଙ୍ଗ ଉଠାଇ ନାହାନ୍ତି ବିରୋଧି ।ଦ୍ବିତୀୟ ଦିନରେ ମାହାଙ୍ଗା ଡବଲ୍ ମର୍ଡର ଘଟଣାକୁ ନେଇ ଗୃହରେ ହଟ୍ଟଗୋଳ ଲାଗି ରହିଥିଲା
ଆଜି ବିଧାନସଭା ପ୍ରଶ୍ନକାଳରେ ରାଜସ୍ବ ଓ ବିପର୍ୟ୍ୟୟ ପରିଚାଳନା, ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ଉନ୍ନୟନ ଏବଂ ସଂଖ୍ୟାଲଘୁ ସମ୍ପ୍ରଦାୟ ଓ ପଛୁଆବର୍ଗ କଲ୍ୟାଣ, ଶକ୍ତି, କ୍ରୀଡା ଓ ଯୁବକଲ୍ୟାଣ, ଶିଳ୍ପ, ଇଲେକ୍ଟ୍ରୋନିକ୍ସ ଓ ସୂଚନା ପ୍ରଯୁକ୍ତି, ସୂକ୍ଷ୍ମ, କ୍ଷୁଦ୍ର ଓ ମଧ୍ୟମ ଉଦ୍ଦ୍ୟେଗ ଆଦି ବିଭାଗ ଉପରେ ଆଲୋଚନା ହେବାର ଥିଲା । ବିଭିନ୍ନ ପ୍ରଶ୍ନର ଉତ୍ତର ରଖିଥାନ୍ତେ ବିଭାଗୀୟ ମନ୍ତ୍ରୀ ।