THE BYAPINI

ସ୍ଥିତି ଭୟଙ୍କର

Get real time updates directly on you device, subscribe now.

ସ୍ଥିତି ଅସମ୍ଭାଳ । ଦେଶରେ କରୋନା ସଂକ୍ରମଣ ହହୁ ହୋଇ ବଢିଚାଲିଛି। ଗତ ୨୪ ଘଂଟାରେ ୩ଲକ୍ଷ ୪୬ ହଜାର ୭୮୬ ଆକ୍ରାନ୍ତ ଚିହ୍ନଟ । ସେହିପରି ଗୋଟିଏ ଦିନରେ ୨ହଜାର ୬୨୪ଜଣଙ୍କ କରୋନାରେ ମୃତ୍ୟୁ ହୋଇଛି । ଦୈନିକ ସଂକ୍ରମଣ ସଂଖ୍ୟା ୩ ଲକ୍ଷ ୪୬ ହଜାର ଅତିକ୍ରମ କରି ପୁଣି ଏକ ସର୍ବକାଳୀନ ରେକର୍ଡ ସୃଷ୍ଟି କରିଛି।

ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୩ ଲକ୍ଷ ୪୬ ହଜାରରୁ ଅଧିକ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୨ ହଜାର ୬୨୪ ଜଣଙ୍କ ମୃତ୍ୟୁ ହୋଇଛି । ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୧ କୋଟି ୬୬ ଲକ୍ଷ ୧୦ହଜାର ୪୮୧ରେ ପହଞ୍ଚିଛି। ଏହା ବ୍ୟତୀତ ମୃତ୍ୟୁସଂଖ୍ୟା ୧ ଲକ୍ଷ ୮୯ ହଜାର ୫୪୪ରେ ପହଞ୍ଚିଛି।
ଦେଶରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧କୋଟି ୬୬ ଲକ୍ଷ ୧୦ ହଜାର ୪୮୧ ରହିଛି । ଦେଶରେ ମୋଟ ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୮୯ ଲକ୍ଷ ୫୪୪ । ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା ୨୫ ଲକ୍ଷ ୫୨ ହଜାର ୯୪୦ ଥି ବା ବେଳେ ମହାମାରୀରୁ ସୁସ୍ଥ ହୋଇଛନ୍ତି ୧ କୋଟି ୩୮ ଲକ୍ଷ ୬୭ ହଜାର ୯୯୭ ଜଣ ।

୫ ରାଜ୍ୟ ମହାରାଷ୍ଟ୍ର, ଛତିଶଗଡ଼, ଉତ୍ତରପ୍ରଦେଶ, କର୍ଣ୍ଣାଟକ ଓ କେରଳରେ କରୋନାର ସ୍ଥିତି ସଙ୍ଗୀନ ରହିଛି । ଦେଶର ମୋଟ ସକ୍ରିୟ ସଂକ୍ରମଣ ମାମଲାରୁ ୫୯ ପ୍ରତିଶତ ୫ଟି ରାଜ୍ୟରୁ ରହିଛି ।

Get real time updates directly on you device, subscribe now.

Leave A Reply

Your email address will not be published.