THE BYAPINI

ଦେଶରେ ଦିନକରେ ୫୮ ହଜାର ଆକ୍ରାନ୍ତ

Get real time updates directly on you device, subscribe now.

ଦେଶରେ ଲଗାମ ଧରୁନି କରୋନା ସଂକ୍ରମଣ । ହୁ ହୁ ହୋଇ ମାଡିଚାଲିଛି ଉଭୟ କରୋନା ଓ ତାର ନୂଆ ଭାରିଆଣ୍ଟ ଓମିକ୍ରନ୍ । ଦିନକରେ ୨୪ ଘଣ୍ଟାରେ ୫୮,୦୯୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଦିନକରେ ଆଜି ୫୩୪ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଥିବାର ସୂଚନା ମିଳିଛି ।
୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୩,୫୦,୧୮,୩୫୮ରେ ପହଞ୍ଚିଛି ।ଗତ ୨୪ ଘଣ୍ଟାରେ ହୋଇଥିବା ୫୩୪ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌-୧୯ଜନିତ ମୃତ୍ୟୁସଂଖ୍ୟା ୪,୮୨,୫୫୧ରେ ପହଞ୍ଚିଛି । ଗତ ୨୪ ଘଣ୍ଟାରେ କୋଭିଡ୍‌-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୧୫,୩୮୯ଜଣ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୩,୪୩,୨୧,୮୦୩ । ଏବେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୨୧,୪୦୦୪ ।
ଓମିକ୍ରନ ଜନିତ ସଂକ୍ରମଣ ବଢ଼ୁଥିବାରୁ ସରକାରଙ୍କ ନିଦ ହଜିଗଲାଣି। ଦିନକରେ ସମଗ୍ର ଦେଶରୁ ଆଉ ୨୪୩ ଜଣ ଓମିକ୍ରନ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ଦେଶରେ ଓମିକ୍ରନ ଜିନତ ସଂକ୍ରମିତଙ୍କ ସଂଖ୍ୟା ୨୧୩୫ରେ ପହଞ୍ଚିଛି। ମହାରାଷ୍ଟ୍ରରେ ସର୍ବାଧିକ ୬୫୩ ଜଣ ସଂକ୍ରମିତ ରହିଥିବା ବେଳେ ଦିଲ୍ଲୀରେ ଏହା ୪୬୪ ରହିଛି। ଗତକାଲି ଦେଶରେ ଓମିକ୍ରନ ଆକ୍ରାନ୍ତଙ୍କ ସଂଖ୍ୟା ୧୮୯୨ ଥିଲା।

Get real time updates directly on you device, subscribe now.

Leave A Reply

Your email address will not be published.