THE BYAPINI

କଟକ,ଖୋର୍ଦ୍ଧାରେ ସୁଧୁରୁନି ସ୍ଥିତି

Get real time updates directly on you device, subscribe now.

ରାଜ୍ୟରେ ୩ ହଜାର ତଳକୁ ଖସୁନି ସଂକ୍ରମିତଙ୍କ ସଂଖ୍ୟା । କଟକ ଓ ଖୋର୍ଦ୍ଧାରେ ମଧ୍ୟ ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା କମୁନି । ଗତକାଲି ଅପେକ୍ଷା ଆଜି ସଂକ୍ରମଣ ହାର ସାମାନ୍ୟ କମିଛି । କେଉଁଦିନ ପଜିଟିଭ ହାର ୫% ପ୍ରତିଶତ ଉପରେ ରହୁଛି କେଉଁଦିନ ସାମାନୃ କମ । ଗତ ୨୪ ଘଂଟାରେ ୪. ୯୮% ରହିଛି ସଂକ୍ରମଣ ହାର । ରେଡ ଜୋନ ଜିଲ୍ଲା ୪ରେ ସୀମିତ ଥିଲେ ମଧ୍ୟ ସବୁଠି ଆକ୍ରାନ୍ତ ବଢିବା ଚିନ୍ତା ବଢାଇଦେଲାଣି । ବିଶେଷକରି କଟକ, ଖୋର୍ଦ୍ଧା, ପୁରୀରେ ସ୍ଥିତି ସୁଧୁରିବାର ନାଁ ନେଉନି ।

ଗତ ୨୪ ଘଂଟାରେ ୬୮ ହଜାର ୩୩୫ କରୋନା ନମୂନା ପରୀକ୍ଷା ହୋଇଥିବା ବେଳେ ୩ ହଜାର ୪୦୮ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଖୋର୍ଦ୍ଧାରୁ ସର୍ବାଧିକ ୫୮୨ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ କଟକରୁ ୫୫୩ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଅନୁଗୁଳ ଜିଲ୍ଲାରୁ ୯୩ଜଣ, ବାଲେଶ୍ୱର ଜିଲ୍ଲାରୁ ୨୫୧ଜଣ, ବରଗଡ଼ ଜିଲ୍ଲାରୁ ୨୪ଜଣ, ଭଦ୍ରକ ଜିଲ୍ଲାରୁ ୧୬୯ଜଣ, ବଲାଙ୍ଗୀର ଜିଲ୍ଲାରୁ ୨୨ଜଣ, ବୌଦ୍ଧ ଜିଲ୍ଲାରୁ ୨୮ଜଣ, ଦେଓଗଡ଼ ଜିଲ୍ଲାରୁ ୪ଜଣ, ଢେଙ୍କାନାଳ ଜିଲ୍ଲାରୁ ୭୩ଜଣ, ଗଜପତି ଜିଲ୍ଲାରୁ ୧୪ଜଣ, ଗଞ୍ଜାମ ଜିଲ୍ଲାରୁ ୧୭ଜଣ, ଜଗତସିଂହପୁର ଜିଲ୍ଲାରୁ ୧୦୩ଜଣ, ଯାଜପୁର ଜିଲ୍ଲାରୁ ୨୫୮ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୧୯ଜଣ, କଳାହାଣ୍ଡି ଜିଲ୍ଲାରୁ ୧୫ଜଣ, କନ୍ଧମାଳ ଜିଲ୍ଲାରୁ ୧୯ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୧୧୦ଜଣ, କେନ୍ଦୁଝର ଜିଲ୍ଲାରୁ ୭୦ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୫୮୨ଜଣ, କୋରାପୁଟ ଜିଲ୍ଲାରୁ ୭୬ଜଣ, ମାଲକାନଗିରି ଜିଲ୍ଲାରୁ ୭୩ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୧୫୮ଜଣ, ନବରଙ୍ଗପୁର ଜିଲ୍ଲାରୁ ୪୩ଜଣ, ନୟାଗଡ଼ ଜିଲ୍ଲାରୁ ୧୬୦ଜଣ, ନୂଆପଡା ଜିଲ୍ଲାରୁ ୬ଜଣ, ପୁରୀ ଜିଲ୍ଲାରୁ ୨୧୫ଜଣ, ରାୟଗଡ଼ା ଜିଲ୍ଲାରୁ ୭୭ଜଣ, ସମ୍ବଲପୁର ଜିଲ୍ଲାରୁ ୨୮ଜଣ, ସୋନପୁର ଜିଲ୍ଲାରୁ ୧୬ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୩୭ଜଣ ରହିଛନ୍ତି ।

ସେହିପରି ଦିନକରେ କରୋନାରେ ୩୯ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୩୮୮୭କୁ ବୃଦ୍ଧି ପାଇଛି ।ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୯୦୦୪୭୦ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୩୩୦୧୯ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୮୬୦୧୪୨ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।

Get real time updates directly on you device, subscribe now.

Leave A Reply

Your email address will not be published.