THE BYAPINI

ରାଜ୍ୟରେ ତଳମୁହାଁ କରୋନା ମିଟର

Get real time updates directly on you device, subscribe now.

ରାଜ୍ୟରେ ଧୀରେ ଧୀରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି । ଦୈନିକ ସଂକ୍ରମିତଙ୍କ ସଂଖ୍ୟା ୪ ହଜାର ତଳକୁ ଖସିଛି । ଗତ ୨୪ ଘଂଟାରେ ୬୩ ହଜାର ୪୨୧ କରୋନା ନମୂନା ପରୀକ୍ଷା ହୋଇଥିବା ବେଳେ ୩ ହଜାର ୬୩୧ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।ସେହିପରି ମୃତ୍ୟୁସଂଖ୍ୟା ମଧ୍ୟ ସାମାନ୍ୟ କମିଛି । ୨୪ ଘଂଟାରେ ୩୯ ଜଣଙ୍କ ମୃତ୍ୟୁ ହୋଇଛି ।ସଂକ୍ରମଣ ହାର ରହିଛି ୫.୭୨ ପ୍ରତିଶତ ।

ଗତ ୨୪ ଘଂଟାରେ ୩ ହଜାର ୬୩୧ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଖୋର୍ଦ୍ଧାରୁ ସର୍ବାଧିକ ୫୦୬ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଖୋର୍ଦ୍ଧା ପରେ କଟକରୁ ୪୩୮ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେହିପରି ଅନୁଗୁଳରୁ ୨୦୪ ଜଣ, ବାଲେଶ୍ୱରରୁ ୨୬୨ ଜଣ, ବରଗଡ଼ରୁ ୫୦ ଜଣ, ଭଦ୍ରକରୁ ୧୭୮ଜଣ, ବଲାଙ୍ଗୀରରୁ ୩୬ ଜଣ, ବୌଦ୍ଧରୁ ୮୪ ଜଣ, କଟକରୁ ୪୩୮ ଜଣ, ଦେବଗଡ଼ରୁ ୨୮ ଜଣ, ଢେଙ୍କାନାଳରୁ ୧୧୪ ଜଣ, ଗଜପତିରୁ ୧୮ ଜଣ, ଗଞ୍ଜାମରୁ ୨୭ ଜଣ, ଜଗତସିଂହପୁରରୁ ୯୨ ଜଣ, ଯାଜପୁରରୁ ୩୦୫ ଜଣ, ଝାରସୁଗୁଡ଼ାରୁ ୧୯ ଜଣ, କଳାହାଣ୍ଡିରୁ ୪୧ ଜଣ, କନ୍ଧମାଳରୁ ୪୮ ଜଣ, କେନ୍ଦ୍ରାପଡ଼ାରୁ ୧୨୦ ଜଣ, କେନ୍ଦୁଝରରୁ ୬୮ ଜଣ, କୋରାପୁଟରୁ ୮୦ ଜଣ, ମାଲକାନଗିରିରୁ ୫୬ ଜଣ, ମୟୁରଭଞ୍ଜରୁ ୧୧୨ ଜଣ, ନବରଙ୍ଗପୁରରୁ ୧୦୮ ଜଣ, ନୟାଗଡ଼ରୁ ୧୦୬ ଜଣ, ନୂଆପଡ଼ାରୁ ୧୯ ଜଣ, ପୁରୀରୁ ୧୯୯ ଜଣ, ରାୟଗଡ଼ାରୁ ୭୯ ଜଣ, ସମ୍ୱଲପୁରରୁ ୩୭ ଜଣ, ସୋନପୁରରୁ ୫୦, ସୁନ୍ଦରଗଡ଼ରୁ ୮୩ ଓ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।

ସେହିପରି ଗତ ୨୪ ଘଣ୍ଟାରେ ୩୯ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୬ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ କଟକ, ଝାରସୁଗୁଡ଼ା, ପୁରୀ, ସୁନ୍ଦରଗଡ଼ରୁ ୪ ଜଣ ଲେଖାଏ, ଗଞ୍ଜାମ, ଜଗତସିଂହପୁର, କଳାହାଣ୍ଡିରୁ ୩ ଜଣ ଲେଖାଏ, ବୌଦ୍ଧ ଓ ସମ୍ବଲପୁର ଜିଲ୍ଲାରୁ ୨ ଜଣ ଲେଖାଏ, ବରଗଡ଼, ଢେଙ୍କାନାଳ, ନବରଙ୍ଗପୁର, ନୂଆପଡ଼ାରୁ ଜଣେ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୩,୪୭୧କୁ ବୃଦ୍ଧି ପାଇଛି।

Get real time updates directly on you device, subscribe now.

Leave A Reply

Your email address will not be published.