THE BYAPINI

୩ ହଜାର ତଳକୁ ଖସିଲା ସଂଖ୍ୟା

Get real time updates directly on you device, subscribe now.

ରାଜ୍ୟରେ ତଳମୁହାଁ ହେଉଥିବା ଦୈନିକ ସଂକ୍ରମଣ ଆଜି ୩ ହଜାର ତଳକୁ ଖସିଛି। କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଥିବା ବେଳେ ମୃତ୍ୟୁସଂଖ୍ୟା କିନ୍ତୁ କମୁନାହିଁ । ଗତକାଲି ୪୩ ଜଣ କରୋନା ଆକ୍ରାନ୍ତ ଆଖି ବୁଜିଥିବାବେଳେ ଆଜି ୩୮ କରୋନା ରୋଗୀଙ୍କ ମୃତ୍ୟୁ ଘଟିଛି। ଗତ ୨୪ଘଂଟାରେ ୬୧ ହଜାର ୬୦୭ କରୋନା ନମୂନା ପରୀକ୍ଷା ହୋଇଥିବା ବେଳେ ରାଜ୍ୟରୁ ଚିହ୍ନଟ ହୋଇଛନ୍ତି ୨୯୫୭ ନୂଆ ଆକ୍ରାନ୍ତ ।

ଖୋର୍ଦ୍ଧାରୁ ସର୍ବାଧିକ ୪୦୮ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଅନୁଗୁଳ ଜିଲ୍ଳାରୁ ୧୧୦ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ବରରୁ ୨୪୭ ଜଣ, ବରଗଡ଼ରୁ ୪୧ ଜଣ, ଭଦ୍ରକରୁ ୧୯୨ ଜଣ, ବଲାଙ୍ଗୀରରୁ ୩୭ ଜଣ, ବୌଦ୍ଧରୁ ୪୭ ଜଣ, କଟକରୁ ୨୭୨ ଜଣ, ଦେବଗଡ଼ରୁ ୧୦ ଜଣ, ଢେଙ୍କାନାଳରୁ ୪୨ ଜଣ, ଗଜପତିରୁ ୨୪ ଜଣ, ଗଞ୍ଜାମରୁ ୧୮ ଜଣ, ଜଗତ୍ସିଂହପୁରରୁ ୧୦୩ ଜଣ, ଯାଜପୁରରୁ ୨୬୦ ଜଣ, ଝାରସୁଗୁଡ଼ାରୁ ୩ ଜଣ, କଳାହାଣ୍ଡିରୁ ୩୮ ଜଣ, କନ୍ଧମାଳରୁ ୫୧ ଜଣ, କେନ୍ଦ୍ରାପଡ଼ାରୁ ୧୧୬ ଜଣ, କେନ୍ଦୁଝରରୁ ୭ ଜଣ, କୋରାପୁଟରୁ ୬୦ ଜଣ, ମାଲକାନଗିରିରୁ ୫ ଜଣ, ମୟୂରଞ୍ଜରୁ ୧୩୫ ଜଣ, ନବବରଙ୍ଗପୁରରୁ ୪୫ ଜଣ, ନୟାଗଡ଼ରୁ ୧୧୨ ଜଣ, ନୂଆପଡ଼ାରୁ ୧୦ ଜଣ, ପୁରୀରୁ ୨୧୯ ଜଣ, ରାୟଗଡ଼ାରୁ ୬୩ ଜଣ, ସମ୍ବଲପୁରରୁ ୨୮ ଜଣ, ସୋନପୁରରୁ ୨୫ ଜଣ, ସୁନ୍ଦରଗଡ଼ରୁ ୫୮ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

ସେହିପରି ୩୮ କରୋନା ରୋଗୀଙ୍କ ମୃତ୍ୟୁ ହୋଇଥିବା ବେଳେ ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ୬ଜଣ ରହିଥିବା ବେଳେ ବରଗଡ଼, କଟକ ଜିଲ୍ଲାରୁ ୫ଜଣ ରହିଛନ୍ତି । ପୁରୀ, ମୟୁରଭଞ୍ଜ ଜିଲ୍ଲାରୁ ୪ଜଣ ଲେଖାଏଁ ରହିଥିବା ବେଳେ ସମ୍ବଲପୁରରୁ ୩ଜଣ ରହିଛନ୍ତି । ସେହିପରି ଜଗତସିଂହପୁର , ଝାରସୁଗୁଡ଼ା ଜିଲ୍ଲାରୁ ୨ଜଣ ଲେଖାଏଁ ରହିଥିବା ବେଳେ ସୁନ୍ଦରଗଡ଼, କୋରାପୁଟ, କେନ୍ଦୁଝର, ଗଞ୍ଜାମ, ଢେଙ୍କାନାଳ, ଦେଓଗଡ଼, ଅନୁଗୁଳ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।

Get real time updates directly on you device, subscribe now.

Leave A Reply

Your email address will not be published.