କମିବା ବଦଳରେ ବଢୁଛି ସଂକ୍ରମଣ
ରାଜ୍ୟରେ ପୁଣି ବଢିଲା କରୋନା ସଂକ୍ରମଣ । ମୃତ୍ୟୁ ସଂଖ୍ୟା ମଧ୍ୟ କମିବାର ନାଁ ନେଉନି । ସଂକ୍ରମଣ ହାର କିଛି ଦିନ ତଳେ ୫ ତଳକୁ ଖସିଥିବା ବେଳେ ଏହା ପୁଣି ବଢିବାରେ ଲାଗିଛି । ସେପଟେ ଓଡିଶାରେ ଡେଲଟା ପ୍ଲଟ ଭାରିଆଂଟ ଚିହ୍ନଟ ପରେ ରାଜ୍ୟ ସରକାରଙ୍କ ଚିନ୍ତା ବଢିଯାଇଛି । ସଂକ୍ରମଣ ଦୈନିକ ୩ ହଜାର କି ସାଢେ ୩ ହଜାର ପାଖାପାଖି ରହୁଥିବା ବେଳେ ମୃତ୍ୟୁ ସଂଖ୍ୟା ମଧ୍ୟ ୪୦ ଉପରେ ରହୁଛି । ସେହିପରି ଗତ ୨୪ ଘଂଟାରେ ସଂକ୍ରମଣ ହାର ରହିଛି ୫.୧୭% ।
ଗତ ୨୪ ଘଂଟାରେ ୬୮ ହଜାର ୬୯୫ କରୋନା ନମୂନା ପରୀକ୍ଷା ହୋଇଥିବା ବେଳେ ୩ ହଜାର ୫୫୪ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେହିପରି ଦିନକରେ କରୋନା ନେଇଛି ୪୭ ଜଣଙ୍କ ଜୀବନ । ତେବେ ଖୋର୍ଦ୍ଧାରୁ ସଂକ୍ରମଣ ନା ମୃତ୍ୟୁ ସଂଖ୍ୟା କମିବାର ନାଁ ଧରୁନି । ଗତ ୨୪ ଘଂଟାରେ ଖୋର୍ଦ୍ଧାରୁ ସର୍ବାଧିକ ୬୫୧ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୯ ଜଣଙ୍କ ଜୀବନ ଯାଇଛି । ସେହିପରି କଟକରୁ ୫୦୧, ମୟୁରଭଂଜରୁ ୧୯୬, ଅନୁଗୁଳରୁ ୧୩୩, ବାଲେଶ୍ୱରରୁ ୨୭୧, ବରଗଡ଼ରୁ ୩୧, ଭଦ୍ରକରୁ ୧୫୮, ବଲାଙ୍ଗିରରୁ ୩୧, ବୌଦ୍ଧରୁ ୮, ଢେଙ୍କାନାଳରୁ ୫୬, ଗଜପତିରୁ ୨୪, ଗଂଜାମରୁ ୨୨, ଜଗତସିଂହପୁରରୁ ୧୪୫, ଯାଜପୁରରୁ୨୫୬, ଝାରସୁଗୁଡ଼ାରୁ ୧୧, କଳାହାଣ୍ଡିରୁ ୨୧, କନ୍ଧମାଳରୁ ୩୮, କେନ୍ଦ୍ରାପଡ଼ାରୁ ୧୧୯, କେନ୍ଦୁଝରରୁ ୬୫ ଜଣ ଚିହ୍ନଟ ହୋଇଛନ୍ତି । ସେହିପରି ଖୋର୍ଦ୍ଧାରୁ୬୫୧, କୋରାପୁଟରୁ ୬୯, ମାଲକାନଗିରିରୁ ୬୧ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।
ସେହିପରି ୪୭ ଜଶଙ୍କ ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୯ଜଣ ରହିଥିବା ବେଳେ ବରଗଡ଼, କଟକ, ନୟାଗଡ଼ ଜିଲ୍ଲାରୁ ୫ଜଣ ଲେଖାଏଁ ରହିଛନ୍ତି । ଗଞ୍ଜାମ, ପୁରୀ, ସୁନ୍ଦରଗଡ଼ ଜିଲ୍ଲାରୁ ୩ଜଣ ଲେଖାଏଁ ରହିଥିବା ବେଳେ ଅନୁଗୁଳ, ଯାଜପୁର, କେନ୍ଦ୍ରାପଡ଼ା ଜିଲ୍ଲାରୁ ୨ଜଣ ଲେଖାଏଁ ରହିଛନ୍ତି । ସେହିପରି ବାଲେଶ୍ୱର, ଢେଙ୍କାନାଳ, ଗଜପତି, ଜଗତସିଂହପୁର, ଝାରସୁଗୁଡ଼ା, କଳାହାଣ୍ଡି, ମୟୁରଭଞ୍ଜ, ନୂଆପଡ଼ା ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି । ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୮୯୭୦୬୨ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୩୩୦୧୯ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୮୬୦୧୪୨ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।