THE BYAPINI

କମୁଛି ସଂକ୍ରମଣ ହାର

Get real time updates directly on you device, subscribe now.

ରାଜ୍ୟରେ ଧିରେ ଧିରେ କମୁଛି କରୋନା ସଂକ୍ରମଣ । ସଂକ୍ରମଣ ହାର ବି ହ୍ରାସ ପାଉଛି । ତେବେ କଟକ ଓ ଖୋର୍ଦ୍ଧାରେ ସଂକ୍ରମଣ ଥମିବାରେ ନାଁ ଧରୁନି। ସେହିପରି ମୃତ୍ୟୁସଂଖ୍ୟା ମଧ୍ୟ ନିୟନ୍ତ୍ରଣ ଆସୁନାହିଁ । ଏହି ଦୁଇ ଜିଲ୍ଲାରୁ କେତେବେଳେ ସଂକ୍ରମଣ କମୁଛି ତ କେତେବେଳେ ବଢୁଛି ।

ଗତ ୨୪ ଘଂଟାରେ ୭୪ ହଜାର କରୋନା ନମୂନା ପରୀକ୍ଷା ହୋଇଥିବା ବେଳେ ୩ ହଜାର ୮୭ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସଂକ୍ରମଣ ହାର ରହିଛି ୪.୧୭% । ସେହିପରି ଦିନକରେ ୪୫ ଜଣଙ୍କ କରୋନାରେ ମୃତ୍ୟୁ ହୋଇଛି । ଆଜି ଖୋର୍ଦ୍ଧାରୁ ସର୍ବାଧିକ ୫୮୪ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ କଟକରୁ ୪୬୨ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେହିପରି ଅନୁଗୁଳରୁ ୭୮, ବାଲେଶ୍ୱରରୁ ୨୪୬, ବରଗଡ଼ରୁ ୩୬, ଭଦ୍ରକରୁ ୧୪୫, ବଲାଙ୍ଗିରରୁ ୨୧, ବୌଦ୍ଧରୁ ୩୫, କଟକରୁ ୪୬୨, ଦେବଗଡ଼ରୁ ୩, ଢେଙ୍କାନାଳରୁ ୯୫, ଗଜପତିରୁ ୧୬, ଗଞ୍ଜାମରୁ ୨୨, ଜଗତସିଂହପୁରରୁ ୬୦, ଯାଜପୁରରୁ ୨୦୫, ଝାରସୁଗୁଡ଼ାରୁ ୫, କଳାହାଣ୍ଡିରୁ ୧୭, କନ୍ଧମାଳରୁ ୨୮ କେନ୍ଦ୍ରାପଡ଼ାରୁ ୭୦, କେନ୍ଦୁଝରରୁ ୭୨, ଖୋର୍ଦ୍ଧାରୁ ୫୮୪, କୋରାପୁଟରୁ ୭୭, ମାଲକାନଗିରିରୁ ୮୪, ମୟୂରଭଞ୍ଜରୁ ୧୫୪, ନବରଙ୍ଗପୁରରୁ ୩୫, ନୟାଗଡ଼ରୁ ୧୧୦, ନୂଆପଡ଼ାରୁ ୬, ପୁରୀରୁ ୧୮୯, ରାୟଗଡ଼ାରୁ ୨୧, ସମ୍ବଲପୁରରୁ ୩୧, ସୋନପୁରରୁ ୨୪, ସୁନ୍ଦରଗଡ଼ରୁ ୫୯ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ଗତ ୨୪ ଘଂଟାରେ ୪୫ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ଖୋର୍ଦ୍ଧାରୁ ୯ଜଣ, ନୟାଗଡ ଓ ପୁରୀରୁ ୫ ଲେଖାଏଁ, ଗଞ୍ଜାମ ଓ କେନ୍ଦୁଝରରୁ ୪ ଜଣ ଲେଖାଏଁ, ବରଗଡ ଓ ସୁନ୍ଦରଗଡରୁ ୩ ଲେଖାଏଁ, ଅନୁଗୋଳ, କଟକ, ସମ୍ବଲପୁରରୁ ୨ ଜଣ ଲେଖାଏଁ, ବାଲେଶ୍ୱର, ଢେଙ୍କାନାଳ, ଯାଜପୁର, ଝାରସୁଗୁଡା, ମୟୂରଭଞ୍ଜ, ନବରଙ୍ଗପୁରରୁ ଜଣେ ଲେଖାଏଁ ରହିଛନ୍ତି । ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୪୦୬୩କୁ ବୃଦ୍ଧି ପାଇଛି । ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୯୧୨୮୮୭ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୩୧୨୩୧ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ଜଣ ୮୭୭୫୪୦ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।

Get real time updates directly on you device, subscribe now.

Leave A Reply

Your email address will not be published.