ଭୟ ବଢ଼ାଉଛି ମୃତ୍ୟୁ ସଂଖ୍ୟା
ରାଜ୍ୟରେ ରେକର୍ଡ ଭାଙ୍ଗିଲା ମୃତ୍ୟୁ । କରୋନା ସଂକ୍ରମଣ ହାର ୪ ପ୍ରତିଶତରୁ ତଳକୁ ଖସିଥିବା ବେଳେ ଚିନ୍ତା ବଢାଇଛି ମୃତ୍ୟୁ ସଂଖ୍ୟା । ଦୈନିକ ମୃତ୍ୟୁ ସଂଖ୍ୟା କିନ୍ତୁ ୫୦ ପାର କରିଛି । ଗତ ୨୪ ଘଂଟାରେ ରାଜ୍ୟରେ ସର୍ବାଧିକ ୫୨ ଜଣଙ୍କ ମୃତ୍ୟୁ ହୋଇଛି । ଯାହା ସର୍ବାଧିକ । ଫଳରେ ରାଜ୍ୟରେ ମୋଟ୍ ମୃତ୍ୟୁ ସଂଖ୍ୟା ୪୨୪୮କୁ ବୃଦ୍ଧି ପାଇଛି ।
୫୨ ମୃତକଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୯ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ବରଗଡ଼, ଭୁବନେଶ୍ୱର, ଗଞ୍ଜାମ, କଳାହାଣ୍ଡି, ପୁରୀ ଓ ସୁନ୍ଦରଗଡ଼ରୁ ୫ ଜଣ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ସେହିପରି କେନ୍ଦ୍ରାପଡ଼ାରୁ ୪ ଓ ଖୋର୍ଦ୍ଧାରୁ ୪ ଜଣ ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଫଳରେ ଆଜି ଖୋର୍ଦ୍ଧା ଜିଲ୍ଲାରେ ମୋଟ୍ ୯ ଜଣ କରୋନା ଆକ୍ରାନ୍ତଙ୍କ ଜୀବନ ଯାଇଛି । ସେହିପରି କଟକ, କନ୍ଧମାଳ, ମୟୂରଭଞ୍ଜରୁ ୨ ଜଣ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଥିବା ବେଳେ ଭଦ୍ରକ, ବୌଦ୍ଧ, ଝାରସୁଗୁଡ଼ା, ଢେଙ୍କାନାଳ, କେନ୍ଦୁଝର, ନୟାଗଡ଼, ନୂଆପଡ଼ା ଓ ସମ୍ବଲପୁର ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି ।ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୪୨୪୮ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ କେବଳ ଗତ ୧୫ ଦିନରେ ୬୯୮ ଆକ୍ରାନ୍ତଙ୍କ ମୁଣ୍ଡ ନେଇଛି କରୋନା ।
ସେହିପରି ଗତ ୨୪ ଘଂଟାରେ ରାଜ୍ୟରେ ୭୪ ହଜାର ୭୪୦ ନମୂନା ପରୀକ୍ଷା ହୋଇଥିବା ବେଳେ ୨୮୦୩ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସଂକ୍ରମଣ ହାର ରହିଛି ୩.୭୫% । ଖୋର୍ଦ୍ଧାରେ ସର୍ବାଧିକ ୪୭୫ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ କଟକରୁ ୪୪୧ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେହିପରି ବାଲେଶ୍ୱରରୁ ୧୫୫,ଭଦ୍ରକରୁ ୧୩୧,ଜଗତସିଂହପୁରରୁ ୧୧୭,କେନ୍ଦ୍ରାପଡାରୁ ୧୧୯,ମୟୁରଭଂଜରୁ ୧୯୩, ପୁରୀରୁ ୧୫୪, ନୟାଗଡରୁ ୧୧୫ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୯ ଲକ୍ଷ ୨୪ ହଜାର ୬୯୯ରେ ପହଚିଂଛି ।