କମୁଛି କରୋନା ଗ୍ରାଫ୍
ରାଜ୍ୟରେ ସଂକମଣ ହ୍ରାସ ପାଉଥିବା ବେଳେ ମୃତ୍ୟୁସଂଖ୍ୟା କିନ୍ତୁ ୪୦ ଉପରେ ରହୁଛି । କରୋନା ଜନିତ ମୃତ୍ୟୁସଂଖ୍ୟା କମିବାର ନାଁ ନେଉନି । ଗତ ୨୪ ଘଣ୍ଟାରେ ରାଜ୍ୟରେ ୬ହଜାର ୧୯ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବାବେଳେ ୪୩ ଆକ୍ରାନ୍ତଙ୍କ ଜୀବନ ନେଇଛି କିଲର ଭାଇରସ୍ । ଗତକାଲି ରାଜ୍ୟରେ ୫୮୯୬ ରୋଗୀ ଚିହ୍ନଟ ହୋଇଥିବାବେଳେ ଆଜି ଚିହ୍ନଟ ହୋଇଛନ୍ତି ୬୦୧୯ କରୋନା ରୋଗୀ।
ରାଜ୍ୟରେ କିଛି ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ କମିବାରେ ଲାଗିଛି ।୨୪ ଘଣ୍ଟା ମଧ୍ୟରେ ୬୦୧୯ ଜଣ କୋଭିଡ୍ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଖୋର୍ଦ୍ଧା ଜିଲ୍ଲାରୁ ୭୯୬ ଜଣ ରୋଗୀ ଚିହ୍ନଟ ହୋଇଛନ୍ତି। ସେହିପରି ଅନୁଗୁଳରୁ ୩୩୫, ବାଲେଶ୍ୱରରୁ ୨୮୬, ବରଗଡ଼ରୁ ୧୨୨, ଭଦ୍ରକରୁ ୨୬୨, ବଲାଙ୍ଗିରରୁ ୬୬, ବୌଦ୍ଧରୁ ୭୯, କଟକ ୫୩୧, ଦେବଗଡ଼ରୁ ୨୪, ଢେଙ୍କାନାଳରୁ ୨୯୧, ଗଜପତିରୁ ୩୪, ଗଂଜାମରୁ ୭୩, ଜଗତସିଂହପୁରରୁ ୧୯୬, ଯାଜପୁରରୁ ୪୦୬, ଝାରସୁଗୁଡ଼ାରୁ ୪୧ ଓ କଳାହାଣ୍ଡିରୁ ୭୦ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି।କନ୍ଧମାଳରୁ ୭୬, କେନ୍ଦ୍ରାପଡାରୁ ୨୧୮, କେନ୍ଦୁଝରରୁ ୧୨୦, କୋରାପୁଟରୁ ୧୪୨, ମାଲକାନଗିରିରୁ ୮୫ ଜଣ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି। ମୟୂରଭଞ୍ଜରୁ ୩୩୩, ନବରଙ୍ଗପୁରରୁ ୧୫୧, ନୟାଗଡରୁ ୧୯୧, ନୂଆପଡାରୁ ୨୩, ପୁରୀରୁ ୩୨୪, ରାୟଗଡାରୁ ୧୦୮, ସମ୍ବଲପୁରରୁ ୧୩୧, ସୋନପୁରରୁ ୬୫, ସୁନ୍ଦରଗଡରୁ ୨୮୩ ଜଣ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି।
ଦିନକରେ ୪୩ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ୫ ଜଣ ରହିଥିବା ବେଳେ ଅନୁଗୁଳ, କଟକ, ଝାରସୁଗୁଡା, ସୁନ୍ଦରଗଡରୁ ୪ ଜଣ ଲେଖାଏଁ ରହିଛନ୍ତି ।ବରଗଡ, ବଲାଙ୍ଗୀର, ବୌଦ୍ଧରୁ ୩ ଜଣ ଲେଖାଏଁ ରହିଥିବା ବେଳେ ଗଞ୍ଜାମ, ମୟୂରଭଞ୍ଜ, ପୁରୀରୁ ୨ ଜଣ ଲେଖାଏଁ ରହିଛନ୍ତି । ସେହିପରି ସମ୍ବଲପୁର, ରାୟଗଡା, ନୂଆପଡା, କୋରାପୁଟ, କେନ୍ଦ୍ରାପଡା, ଢେଙ୍କାନାଳ, ବାଲେଶ୍ଵରରୁ ଜଣେ ଲେଖାଏଁ ରହିଛନ୍ତି ।ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୮୩୧୧୨୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୭୧୩୧୨ ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୭୫୬୬୪୧ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି