ଅନଲକ ହେବ କି ଓଡିଶା?
ରାଜ୍ୟରେ କରୋନା ସଂକ୍ରମଣ ସ୍ଥିର ରହିଛି । କିଛି ଜିଲ୍ଲାରେ ଏବେ ବି ସଂକ୍ରମଣ କମିିନି । ତେଣୁ ଅଗଷ୍ଟ ପହିଲାରୁ ଏସବୁ ଜିଲ୍ଲାରେ କଟକଣା ସଂପୂର୍ଣ୍ଣ କୋହଳ ହୋଇନପାରେ । ୨୪ଘଂଟା ଭିତରେ ୧୬୧୫ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଖୋର୍ଦ୍ଧାରୁ ସର୍ବାଧିକ ୪୪୨ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । କଟକରୁ ୨୨୯ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।
ସେହିପରି ଅନୁଗୁଳରୁ ୭୨ ଜଣ, ବାଲେଶ୍ୱରରୁ ୯୮ ଜଣ, ବରଗଡ଼ରୁ ୫ ଜଣ, ଭଦ୍ରକରୁ ୬୦ ଜଣ, ବଲାଙ୍ଗୀରରୁ ୭ ଜଣ, ବୌଦ୍ଧରୁ ୧୧, ଦେବଗଡ଼ରୁ ୯ ଜଣ, ଢେଙ୍କାନାଳରୁ ୩୦ ଜଣ, ଗଜପତିରୁ ୨ ଜଣ, ଗଞ୍ଜାମରୁ ୭ ଜଣ, ଜଗତସିଂହପୁରରୁ ୯୬ ଜଣ, ଯାଜପୁରରୁ ୭୦ ଜଣ, ଝାରସୁଗୁଡ଼ାରୁ ୧୦ ଜଣ, କଳାହାଣ୍ଡିରୁ ୨ ଜଣ, କନ୍ଧମାଳରୁ ୧୪ ଜଣ, କେନ୍ଦ୍ରାପଡ଼ାରୁ ୪୦ ଜଣ, କେଉଁଝରରୁ ୧୫ ଜଣ, କୋରାପୁଟରୁ ୪ ଜଣ, ମାଲକାନଗିରିରୁ ୪ ଜଣ, ମୟୁରଭଞ୍ଜରୁ ୪୮ ଜଣ, ନବରଙ୍ଗପୁରରୁ ୧୨ ଜଣ, ନୟାଗଡ଼ରୁ ୪୨ ଜଣ, ନୂଆପଡ଼ାରୁ ୫, ପୁରୀରୁ ୧୨୩ ଜଣ, ରାୟଗଡ଼ାରୁ ୯ ଜଣ, ସମ୍ୱଲପୁରରୁ ୧୬ ଜଣ, ସୋନପୁରରୁ ୯, ସୁନ୍ଦରଗଡ଼ରୁ ୩୦ ଓ ଷ୍ଟେଟ ପୁଲରୁ ୯୪ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି ।
୬୫ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଥିବା ହିସାବ ଦେଇଛନ୍ତି ସରକାର । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୫୭୬୮କୁ ବୃଦ୍ଧି ପାଇଛି । ଖୋର୍ଦ୍ଧା ଜିଲ୍ଲାରୁ ୯ଜଣ ରହିଥିବା ବେଳେ ବରଗଡ଼ ଜିଲ୍ଲାରୁ ୭ଜଣ ରହିଛନ୍ତି । ସୁନ୍ଦରଗଡ଼ ଜିଲ୍ଲାରୁ ୬ଜଣ ରହିଥିବା ବେଳେ ସମ୍ବଲପୁର, ଝାରସୁଗୁଡ଼ା ଜିଲ୍ଲାରୁ ୫ଜଣ ଲେଖାଏଁ ରହିଛନ୍ତି । ଅନୁଗୁଳ, ବଲାଙ୍ଗୀର , କଟକ, ଗଞ୍ଜାମ, ଯାଜପୁର, ପୁରୀ ଜିଲ୍ଲାରୁ ୩ଜଣ ଲେଖାଏଁ ରହିଛନ୍ତି । ସେହିପରି ଭଦ୍ରକ, ଗଜପତି, ଜଗତସିଂହପୁର , କେନ୍ଦ୍ରାପଡ଼ା ଜିଲ୍ଲାରୁ ୨ଜଣ ଲେଖାଏଁ ରହିଥିବା ବେଳେ ବାଲେଶ୍ୱର, ଢେଙ୍କାନାଳ, କଳାହାଣ୍ଡି, କେନ୍ଦୁଝର, କୋରାପୁଟ, ମୟୁରଭଞ୍ଜ, ନୂଆପଡ଼ା ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।