THE BYAPINI

୧୦୦ ତଳକୁ ଖସୁନି ପିଲାଙ୍କ ସଂକ୍ରମିତ ସଂଖ୍ୟା

Get real time updates directly on you device, subscribe now.

ରାଜ୍ୟରେ ତଳମୁହାଁ କରୋନା ସଂକ୍ରମଣ । ହେଲେ ଶିଶୁଙ୍କ ସଂକ୍ରମିତ ସଂଖ୍ୟା ୧୦୦ ତଳକୁ ଖସୁନି । ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୭୬୧ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ମଧ୍ୟରୁ ୪୪୩ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣରୁ ୩୧୮ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ଏଥିଭିତରେ ୧୮ ବର୍ଷରୁ କମ୍ ବୟସ୍କ ୧୦୧ ଜଣ ଶିଶୁ ଓ କିଶୋର କରୋନା ପଜିଟିଭ ଅଛନ୍ତି ।
ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୮୯ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।ଅନୁଗୁଳରୁ ୧୬ ଜଣ, ବାଲେଶ୍ୱରରୁ ୫୨ ଜଣ, ବରଗଡ଼ରୁ ୧୮ ଜଣ, ଭଦ୍ରକରୁ ୮ ଜଣ, ବଲାଙ୍ଗୀରରୁ ୨ ଜଣ, ବୌଦ୍ଧ ଜିଲ୍ଲାରୁ ୧ ଜଣ, କଟକରୁ ୧୧୭ ଜଣ, ଦେବଗଡ଼ରୁ ୧୨ ଜଣ, ଢେଙ୍କାନାଳରୁ ୧୨ ଜଣ, ଗଜପତିରୁ ୨ ଜଣ, ଗଞ୍ଜାମରୁ ୩ ଜଣ, ଜଗତସିଂହପୁରରୁ ୧୮ ଜଣ, ଯାଜପୁରରୁ ୩୫ ଜଣ, ଝାରସୁଗୁଡ଼ାରୁ ୧ ଜଣ, କନ୍ଧମାଳରୁ ୩ ଜଣ, କେନ୍ଦ୍ରାପଡ଼ାରୁ ୧୫ ଜଣ, କେଉଁଝରରୁ ୫ ଜଣ, ମାଲକାନଗିରିରୁ ୨ ଜଣ, ମୟୁରଭଞ୍ଜରୁ ୨୪ ଜଣ, ନୟାଗଡ଼ରୁ ୧୨ ଜଣ, ପୁରୀରୁ ୧୩ ଜଣ, ରାୟଗଡ଼ାରୁ ୫ ଜଣ, ସମ୍ୱଲପୁରରୁ ୨୦ ଜଣ, ସୋନପୁରରୁ ୧ ଜଣ, ସୁନ୍ଦରଗଡ଼ରୁ ୧୦ ଓ ଷ୍ଟେଟ ପୁଲରୁ ୮୫ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି ।
୨୪ ଘଣ୍ଟା ମଧ୍ୟରେ ୭୬୧ ଜଣ କୋଭିଡ୍ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୬୮ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୭୪୨୬କୁ ବୃଦ୍ଧି ପାଇଛି । ମୃତକଙ୍କ ମଧ୍ୟରେ କଟକ ଜିଲ୍ଲାରୁ ୧୭ଜଣ, ଜଗତସିଂହପୁର ଜିଲ୍ଲାରୁ ୧୫ଜଣ, ଢେଙ୍କାନାଳ ଜିଲ୍ଲାରୁ ୯ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୮ଜଣ, ଯାଜପୁର ଜିଲ୍ଲାରୁ ୬ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୪ଜଣ, ବାଲେଶ୍ୱର ଜିଲ୍ଲାରୁ ୩ଜଣ , ପୁରୀ ଜିଲ୍ଲାରୁ ୨ଜଣ ରହିଛନ୍ତି । ଭଦ୍ରକ, ଝାରସୁଗୁଡ଼ା, କେନ୍ଦୁଝର, ରାୟଗଡ଼ା ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।

Get real time updates directly on you device, subscribe now.

Leave A Reply

Your email address will not be published.