ପିଲାଙ୍କୁ କରୋନା ବଢୁଛି
ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା କମୁଥିଲେ ହେଁ ପିଲାଙ୍କ ସଂକ୍ରମଣ ଚିନ୍ତା ବଢାଉଛି। ରାଜ୍ୟରେ ୨୪ ଘଣ୍ଟାରେ ୬୩୮ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ୧୮ ବର୍ଷରୁ କମ୍ ବୟସ୍କ ୧୧୦ ଜଣ ଶିଶୁ ଓ କିଶୋର କରୋନା ପଜିଟିଭ ଅଛନ୍ତି । ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୬୦ ଜଣ ଚିହ୍ନଟ ହୋଇଛନ୍ତି ।
ସେହିଭଳି ଅନୁଗୁଳରୁ ୧୬ ଜଣ, ବାଲେଶ୍ୱରରୁ୨୩ ଜଣ, ବରଗଡ଼ରୁ ୬ ଜଣ, ଭଦ୍ରକରୁ ୧୨ ଜଣ, ବୌଦ୍ଧରୁ ୧୨ ଜଣ, କଟକରୁ ୫୭ ଜଣ, ଦେବଗଡ଼ରୁ ୧୧ ଜଣ, ଢେଙ୍କାନାଳରୁ ୧୦ ଜଣ, ଗଜପତିରୁ ୧ ଜଣ, ଗଞ୍ଜାମରୁ ୪ ଜଣ, ଜଗତସିଂହପୁରରୁ ୧୯ ଜଣ, ଯାଜପୁରରୁ ୩୪ ଜଣ, ଝାରସୁଗୁଡ଼ାରୁ ୪ ଜଣ, କଳାହାଣ୍ଡିରୁ ୧ ଜଣ, କନ୍ଧମାଳରୁ ୨ ଜଣ, କେନ୍ଦ୍ରାପଡ଼ାରୁ ୨୧ ଜଣ, କେଉଁଝରରୁ ୨ ଜଣ, ମାଲକାନଗିରିରୁ ୩ ଜଣ, ମୟୁରଭଞ୍ଜରୁ ୨୦ ଜଣ, ନୟାଗଡ଼ରୁ ୭ ଜଣ, ପୁରୀରୁ ୨୧ ଜଣ, ରାୟଗଡ଼ାରୁ ୭ ଜଣ, ସମ୍ୱଲପୁରରୁ ୭ ଜଣ, ସୁନ୍ଦରଗଡ଼ରୁ ୧୯ ଜଣ ଓ ଷ୍ଟେଟ ପୁଲରୁ ୫୭ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ବର୍ତ୍ତମାନ ପର୍ୟ୍ୟନ୍ତ ରାଜ୍ୟରେ ୧୦, ୦୭, ୭୫୦ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେହିପରି ୯, ୯୨, ୪୭୩ ଜଣ ସୁସ୍ଥ ହୋଇଛନ୍ତି । ଏବେ ବି ୭, ୨୫୫ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି ।