ଖସୁଛି ସଂକ୍ରମଣ
ରାଜ୍ୟରେ କମୁଛି ଦୈନିକ ସଂକ୍ରମଣ ସଂଖ୍ୟା। ଗତ ୨୪ ଘଣ୍ଟାରେ ରାଜ୍ୟରେ ୬୦୯ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିସହ ଗତ କିଛି ଦିନ ଧରି ଛୁଆଙ୍କ ସଂକ୍ରମଣ ଶହେ ଉପରେ ରହୁଥିବା ବେଳେ ସେଥିରେ ସାମାନ୍ୟ ବ୍ରେକ୍ ଲାଗିଛି। ୧୮ ବର୍ଷରୁ କମ୍ ବୟସ୍କ ୯୭ ଜଣ ଶିଶୁ ଓ କିଶୋର କରୋନା ପଜିଟିଭ ଅଛନ୍ତି । ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୦୯ ଜଣ ଆକ୍ରାନ୍ତ ଚିହ୍ନଟ କରାଯାଇଛି ।
ଅନୁଗୁଳରୁ ୧୮ ଜଣ, ବାଲେଶ୍ୱରରୁ୨୧ ଜଣ, ବରଗଡ଼ରୁ ୪ ଜଣ, ଭଦ୍ରକରୁ ୯ ଜଣ, ବୌଦ୍ଧରୁ ୯ ଜଣ, କଟକରୁ ୭୧ ଜଣ, ଦେବଗଡ଼ରୁ ୧୦ ଜଣ, ଢେଙ୍କାନାଳରୁ ୨୩ ଜଣ, ଗଜପତିରୁ ୧ ଜଣ, ଗଞ୍ଜାମରୁ ୬ ଜଣ, ଜଗତସିଂହପୁରରୁ ୨୦ ଜଣ, ଯାଜପୁରରୁ ୩୬ ଜଣ, ଝାରସୁଗୁଡ଼ାରୁ ୩ ଜଣ, କନ୍ଧମାଳରୁ ୫ ଜଣ, କେନ୍ଦ୍ରାପଡ଼ାରୁ ୧୯ ଜଣ, କେଉଁଝରରୁ ୫ ଜଣ, କୋରାପୁଟରୁ ୩ ଜଣ, ମାଲକାନଗିରିରୁ ୧ ଜଣ, ମୟୁରଭଞ୍ଜରୁ ୨୬ ଜଣ, ନୟାଗଡ଼ରୁ ୧୧ ଜଣ, ପୁରୀରୁ ୨୦ ଜଣ, ରାୟଗଡ଼ାରୁ ୫ ଜଣ, ସମ୍ୱଲପୁରରୁ ୧୬ ଜଣ, ସୋନପୁରରୁ ୨ ଜଣ, ସୁନ୍ଦରଗଡ଼ରୁ ୮ ଜଣ ଓ ଷ୍ଟେଟ ପୁଲରୁ ୪୮ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ବର୍ତ୍ତମାନ ପର୍ୟ୍ୟନ୍ତ ରାଜ୍ୟରେ ୧୦, ୦୭, ୧୧୨ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ୯, ୯୧, ୬୩୦ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୭, ୫୨୮ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି ।
ରାଜ୍ୟରେ ଆଉ ୬୭ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ସେମାନଙ୍କ ମଧ୍ୟରେ କଟକରୁ ୨୦ ଜଣ ଆଖି ବୁଜିଛନ୍ତି। ଏହାବାଦ ଅନୁଗୁଳ ଓ ଜଗତସିଂହପୁରରୁ ୯ ଲେଖାଏଁ, ଖୋର୍ଦ୍ଧାରୁ ୬, ଯାଜପୁର ଜିଲ୍ଲାରୁ ୪ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି।କେନ୍ଦ୍ରାପଡ଼ା, କେନ୍ଦୁଝର, ମୟୂରଭଂଜରୁ ୩ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ବାଲେଶ୍ୱର, ଭଦ୍ରକ, ଢେଙ୍କାନାଳ, ପୁରୀରୁ ୨ ଜଣ ଲେଖାଏଁ ଆଖି ବୁଜିଛନ୍ତି। ଏହାବ୍ୟତୀତ କଳାହାଣ୍ଡି ଓ ସୁବର୍ଣ୍ଣପୁରରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି।