ଖୋଲିଲା ଲିଙ୍ଗରାଜ ମନ୍ଦିର
ଆଜିଠୁ ଖୋଲିଛି ଲିଙ୍ଗରାଜ ମନ୍ଦିର ।ନ୍ଦିର ଗର୍ଭଗୃହକୁ ଶ୍ରଦ୍ଧାଳୁ ପ୍ରବେଶ କରିପାରିବେ ନାହିଁ । ସମସ୍ତ ଶ୍ରଦ୍ଧାଳୁ ବାହାର କାଠ ନିକଟରୁ ପ୍ରଭୁ ଲିଙ୍ଗରାଜଙ୍କୁ ଦର୍ଶନ କରିବେ । କୋଭିଡ ଗାଇଡଲାଇନ୍ ପାଳନ ସହ ସେବାୟତ ଏବଂ ଶ୍ରଦ୍ଧାଳୁଙ୍କ ଡବଲ୍ ଡୋଜ୍ ଟିକାକରଣ ବାଧ୍ୟତାମୂଳକ କରାଯାଇଛି । ଏଥିସହ ସମସ୍ତେ ମାସ୍କ ପିନ୍ଧିବା, ହାତ ସାନିଟାଇଜ୍ କରିବା ଏବଂ ସାମାଜିକ ଦୂରତା ଉପରେ ପ୍ରାଧାନ୍ୟ ଦିଆଯାଇଛି
ଥରକେ ୧୦୦ ଭକ୍ତଙ୍କୁ ଦର୍ଶନ ପାଇଁ ଅନୁମତି ମିଳିବ। ସେବାୟତମାନେ ଶ୍ରଦ୍ଧାଳୁଙ୍କଠାରୁ ଭୋଗ ଗ୍ରହଣ କରିପାରିବେ ନାହିଁ।ଗତ ୨୩ ତାରିଖରୁ ଖୋଲିଛି ଶ୍ରୀମନ୍ଦିର। କୋଭିଡ୍ ଗାଇଡ୍ ଲାଇନ୍ ଅନୁଯାୟୀ ଶ୍ରଦ୍ଧାଳୁମାନେ ଶ୍ରୀମନ୍ଦିର ଭିତରେ ପ୍ରବେଶ କରି ରତ୍ନସିଂହାସନରେ ଶ୍ରୀଜିଉଙ୍କୁ ଦର୍ଶନ କରୁଛନ୍ତି। ତେବେ ଏଥିପାଇଁ ଆର୍ଟିପିସିଆର୍ ନେଗେଟିଭ କିମ୍ବା ଓ ଦୁଇଟି ଡୋଜ୍ ଟିକାକରଣ ରିପୋର୍ଟ ସହ ଆଧାର କାର୍ଡ ପ୍ରମାଣପତ୍ର ଦେଖାଇବାକୁ ବାଧ୍ୟତାମୂଳକ କରାଯାଇଛି।