THE BYAPINI

ଅକ୍ସିଜେନ ପ୍ଲାଂଟର ଶିଳାନ୍ୟାସ

Get real time updates directly on you device, subscribe now.

କରୋନା ମୁକାବିଲା ଦିଗରେ ଆଉ ପାଦେ ଆଗେଇଲା ରାଜ୍ୟ । ରାଜ୍ୟର ୮ଟି ଜିଲ୍ଲାରେ ବିଭିନ୍ନ ସ୍ବାସ୍ଥ୍ୟ ଭିତ୍ତିଭୂମି, ତରଳ ଅକ୍ସିଜେନ ପ୍ଲାଣ୍ଟର ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।ବାରିପଦାର ପଣ୍ଡିତ ରଘୁନାଥ ମୁର୍ମୁ ମେଡିକାଲ କଲେଜ ହସ୍ପିଟାଲ ପରିସରରେ ନୂତନ ଅକ୍ସିଜେନ ପ୍ଲାଣ୍ଟର ଶିଳାନ୍ୟାସ କରିଛନ୍ତି ।ସେହିଭଳି ସୁନ୍ଦରଗଡ଼ କୋଭିଡ ଚିକିତ୍ସାଳୟରେ ଟ୍ରୁନାଟ୍ ପରୀକ୍ଷାଗାର, ଝାରସୁଗୁଡ଼ା, ମୟୂରଭଂଜ, ଭଦ୍ରକ, ସୁନ୍ଦରଗଡ଼, ପୁରୀ, ଜଗତସିଂହପୁର, ସୋନପୁରରେ ମଧ୍ୟ ଅକ୍ସିଜେନ ପ୍ଲାଣ୍ଟର ଶିଳାନ୍ୟାସ କରିଛନ୍ତି ମୁଖ୍ୟମନ୍ତ୍ରୀ । ନୟାଗଡ଼ ଚାନ୍ଦପୁରରେ ବସନ୍ତ ମଞ୍ଜରୀ ଚିକିତ୍ସାଳୟର ଶିଳାନ୍ୟାସ ସହ ନୟାଗଡରେ ୬ଶଯ୍ୟା ବିଶିଷ୍ଟ ଓଉଟ ଗୃହକୁ ଉଦଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ ।

ରାଜ୍ୟରେ ୨୦ଟି ଚାପ ଅବଶୋଷଣ ପ୍ରଣାଳୀରେ ଅକ୍ସିଜେନ ଉତ୍ପାଦନ ବ୍ୟବସ୍ଥା କରିବା ପାଇଁ ଲକ୍ଷ୍ୟ ରଖାଯାଇଥିବା ବେଳେ ଜୁନ୍ ୯ ତାରିଖରେ ୭ଟି ଓ ଆଜି ୮ଟି ପିଏସଏ ପ୍ଲାଣ୍ଟର ଭିତ୍ତିପ୍ରସ୍ତର ରଖାଯାଇଛି । ଏହି ୨୦ଟି ପ୍ଲାଣ୍ଟ ଦ୍ବାରା ମିନିଟ୍ ପ୍ରତି ୨୪ ହଜାର ଲିଟର ମେଡିକାଲ ଅକ୍ସିଜେନ ଉତ୍ପାଦିତ ହୋଇପାରିବ।ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ବର୍ତ୍ତମାନ ରାଜ୍ୟରେ କୋଭିଡ ପରିସ୍ଥିତିରେ ଯଥେଷ୍ଟ ଉନ୍ନତି ଆସିଛି । ତଥାପି ଆମକୁ ଆହୁରି ସାବଧାନ ହେବାକୁ ପଡିବ । ତୃତୀୟ ଲହର ପାଇଁ କେତେକ ରାଜ୍ୟରେ ବିଶେଷଜ୍ଞମାନେ ସତର୍କ ସୂଚନା ଦେଇଛନ୍ତି ବୋଲି ପ୍ରକାଶ କରି ଆମ ରାଜ୍ୟରେ ଏଥିପାଇଁ ସଂପୂର୍ଣ୍ଣ ଭାବରେ ପ୍ରସ୍ତୁତ ରହିବାକୁ ସେ ପରାମର୍ଶ ଦେଇଛନ୍ତି । ଏହାସହିତ ଡବଲ ମାସ୍କ ପିନ୍ଧିବା ସହିତ ଟିକା ନିଶ୍ଚିତ ଭାବରେ ନେବା ପାଇଁ ମୁଖ୍ୟମନ୍ତ୍ରୀ ଜନସାଧାରଣଙ୍କୁ ନିବେଦନ କରିଛନ୍ତି।

Get real time updates directly on you device, subscribe now.

Leave A Reply

Your email address will not be published.