THE BYAPINI

ବିଜେପିର ବନ୍ଦ ପାଳନ

Get real time updates directly on you device, subscribe now.

ମମିତା ମେହେରଙ୍କ ପରିବାରକୁ ନ୍ୟାୟ ଓ ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କ ଇସ୍ତଫା ଦାବି । ଜି ବିଜେପି ପକ୍ଷରୁ ୧୨ଘଂଟିଆ ଗଜପତି ବନ୍ଦ ପାଳନ କରାଯାଉଛି । ସକାଳ ୬ଟାରୁ ସନ୍ଧ୍ୟା ୬ଟା ଯାଏଁ ବନ୍ଦ ପାଳନ କରାଯାଉଛି । ଏହାର ପ୍ରଭାବରେ ଦୋକାନ ବଜାର ବନ୍ଦ ରହିଥିବା ଦେଖିବାକୁ ମିଳିଛି । ସେହିପରି ଆଜି ବିଜେପି ପକ୍ଷରୁ ୮ ଘଣ୍ଟିଆ ଝାରସୁଗୁଡ଼ା ଜିଲ୍ଲା ବନ୍ଦ ପାଳନ କରାଯାଉଛି । ସକାଳ ୬ ଟାରୁ ଅପରାହ୍ଣ ୨ ଟା ଯାଏଁ ୮ ଘଣ୍ଟିଆ ଝାରସୁଗୁଡା ଜିଲ୍ଲା ବନ୍ଦ ଡାକରା ଦିଆଯାଇଛି ।

ମମିତା ମେହେର ହତ୍ୟାକାଣ୍ଡ ମାମଲାରେ ଗୃହରାଷ୍ଟ୍ରମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କ ସମ୍ପୃକ୍ତି ଅଭିଯୋଗ କରି ବିରୋଧୀ ଜୋରଦାର ପ୍ରତିବାଦ ଜାରି ରଖିଛନ୍ତି । ଏବଂ ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କ ବହିଷ୍କାର ଓ ସିବିଆଇ ତଦନ୍ତ ଦାବି କରି ବନ୍ଦ ପାଳନ କରୁଛନ୍ତି ।

ସକାଳୁ ସକାଳୁ ଜିଲ୍ଲାର ବିଭିନ୍ନ ସ୍ଥାନରେ ବିଜେପି କର୍ମୀମାନେ ପିକେଟିଂ ସହ ନାରାବାଜି କରୁଥିବାର ପରିଲକ୍ଷିତ ହୋଇଛି । କେତେକ ସ୍ଥାନରେ ବିଜେପି ପକ୍ଷରୁ ରାସ୍ତା ଅବରୋଧ କରାଯାଇଛି । ବନ୍ଦ ପାଳନ ସମୟରେ ଅତ୍ୟାବଶ୍ୟକୀୟ ସେବା, ଦୁଇ ଚକିଆ ଯାନ ଓ ପରୀକ୍ଷାର୍ଥୀଙ୍କୁ ବାଦ ଦିଆଯାଇଛି ବୋଲି ବିଜେପି ପକ୍ଷରୁ କୁହାଯାଇଛି । ବନ୍ଦର ପ୍ରଭାବରେ ସାଧାରଣ ଜନଜୀବନ ପ୍ରଭାବିତ ହୋଇଛି ।

Get real time updates directly on you device, subscribe now.

Leave A Reply

Your email address will not be published.