THE BYAPINI

ଶର୍ମିଷ୍ଠାଙ୍କ ଆଗୁଆ ଜାମିନ ଆବେଦନ ଖାରଜ

Get real time updates directly on you device, subscribe now.

କ୍ୟାମେରାମ୍ୟାନ୍‌ ମାନସ ସ୍ୱାଇଁ ହତ୍ୟା ମାମଲାରେ ଶର୍ମିଷ୍ଠା ରାଉତଙ୍କ ଆଗୁଆ ଜାମିନ ଆବେଦନ ଖାରଜ । ଶର୍ମିଷ୍ଠା ଆବେଦନକୁ ଜାମିନ ଆବେଦନ ଖାରଜ କଲେ ହାଇକୋର୍ଟ । ଖବର ଅନୁଯାୟୀ, ଗତ ଫେବ୍ରୁଆରି ୨୩ ତାରିଖରେ ଶର୍ମିଷ୍ଠା ହାଇକୋର୍ଟରେ ଆଗୁଆ ଜାମିନ ପାଇଁ ଆବେଦନ କରିଥିଲେ। ଗତ ୧୬ ତାରିଖରେ ଏହି ମାମଲାର ଶୁଣାଣି ହୋଇଥିଲା , ତେବେ ଏହା ଏକ ସମ୍ବେଦନଶୀଳ ମାମଲା ଏବଂ ଆବେଦନକାରୀ ମାମଲାର ମୁଖ୍ୟ ଅଭିଯୁକ୍ତ ତେଣୁ ବର୍ତ୍ତମାନ ପରିସ୍ଥିତିରେ ଜାମିନ ଦେବା ଉଚିତ୍ ହେବନାହିଁ ବୋଲି ଯୁକ୍ତି ରଖିଥିଲେ ସରକାରୀ ଓକିଲ । ସେପଟେ ଆବେଦନରେ ତ୍ରୁଟି ଥିବା ଦର୍ଶାଇ ହାଇକୋର୍ଟ ଆଗୁଆ ଜାମିନ ଆବେଦନକୁ ଖାରଜ କରି ଦେଇଛନ୍ତି।
ମାନସ ସ୍ୱାଇଁ ହତ୍ୟା ମାମଲାରେ ଗତକାଲି ପୂର୍ବତନ ଓଆଇଏସ୍ ନିରଞ୍ଜନ ସେଠୀ ଓ ଅନ୍ୟ ଜଣେ ଅଭିଯୁକ୍ତକୁ ପୁଲିସ ଗିରଫ କରିଥିଲା। ନିରଞ୍ଜନ ଓ ଅନ୍ୟ ଅଭିଯୁକ୍ତକୁ ଏବେ ରିମାଣ୍ଡରେ ନ ନେବାକୁ ସ୍ଥିର କରିଛି ଭଦ୍ରକ ପୁଲିସ। ଆଜି ଏନେଇ ଭଦ୍ରକ ଅତିରିକ୍ତ ଏସ୍‌ପି ଯତୀନ ପଣ୍ଡା କହିଛନ୍ତି। ସେ କହିଛନ୍ତି ନିରଞ୍ଜନଙ୍କୁ ଏବେ ରିମାଣ୍ଡରେ ନେବାର ଯୋଜନା ନାହିଁ। ମୁଖ୍ୟ ଅଭିଯୁକ୍ତ ଶର୍ମିଷ୍ଠା ରାଉତ ଧରାପଡ଼ିବା ପରେ ଆବଶ୍ୟକ ହେଲେ ନିରଞ୍ଜନଙ୍କୁ ରିମାଣ୍ଡରେ ନିଆଯିବ। ତେବେ ଶର୍ମିଷ୍ଠା ଧରାପଡ଼ିବା ଯାଏ ତଦନ୍ତ ପ୍ରକ୍ରିୟା ଜାରି ରହିବ ବୋଲି ସେ କହିଛନ୍ତି।
ମାନସ ସ୍ୱାଇଁ ହତ୍ୟା ମାମଲାରେ ପୂର୍ବରୁ ଚାନ୍ଦବାଲି ଥାନା ପୁଲିସ୍‌ ୩ ଜଣଙ୍କୁ ଗିରଫ କରିଥିଲା। ଗିରଫ ଅଭିଯୁକ୍ତଙ୍କ ମଧ୍ୟରେ ଅଛନ୍ତି ବୋଲେରୋ ଡ୍ରାଇଭର୍‌ ଭାଗ୍ୟଧର ନାୟକ, ରଣପୁର ଥାନା ଧମଡା ଗାଁର ବିବେକ ନାୟକ ଓ ପୁରୁଣା ଭୁବନେଶ୍ୱରର ମୋହରିର କୃଷ୍ଣଚନ୍ଦ୍ର ନାୟକ। ଏମାନଙ୍କୁ ମିଶାଇ ବର୍ତ୍ତମାନ ସୁଦ୍ଧା ୫ ଜଣଙ୍କୁ ଗିରଫ କରିଛି। ଏବେ ସୁଦ୍ଧା ମୁଖ୍ୟ ଅଭିଯୁକ୍ତ କୁହାଯାଉଥିବା ଶର୍ମିଷ୍ଠା ରାଉତ ଓ ତାଙ୍କ ସହଯୋଗୀ (ଜଣେ ମହିଳା) ଫେରାର୍ ଅଛନ୍ତି। ସେମାନଙ୍କୁ ଗିରଫ କରିବା ପାଇଁ ପୁଲିସ୍‌ ବିଭିନ୍ନ ସ୍ଥାନରେ ଚଢ଼ଉ ଜାରି ରଖିଛି।

Get real time updates directly on you device, subscribe now.

Leave A Reply

Your email address will not be published.