ଏପ୍ରିଲ ୨ତାରିଖରୁ ସକାଳୁଆ ସ୍କୁଲ
ଏପ୍ରିଲ ୨ତାରିଖରୁ ସକାଳୁଆ ସ୍କୁଲ । ଗ୍ରୀଷ୍ମ ପ୍ରବାହ ଦୃଷ୍ଟିରୁ ସକାଳୁଆ ହେବ ସ୍କୁଲ । ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ୟ୍ୟନ୍ତ ସାଢ଼େ ୬ରୁ ୧୦ଟା । ନବମରୁ ଦଶମ ଶ୍ରେଣୀ ସକାଳ ୭ଟାରୁ ୧୧ଟା । ଏ ନେଇ ସୂଚନା ଦେଇଛନ୍ତି ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ।
ଉତ୍ତର-ପଶ୍ଚିମ ଦିଗରୁ ଶୁଷ୍କ-ଉତ୍ତପ୍ତ ପବନ ବୋହିବା ସମ୍ଭାବନା ରହିଛି । ଯାହା ଫଳରେ ସାରା ରାଜ୍ୟରେ ୨ ରୁ ୩ ଡିଗ୍ରୀ ପର୍ୟ୍ୟନ୍ତ ତାପମାତ୍ରା ବୃଦ୍ଧି ପାଇବ । ଆଭ୍ୟନ୍ତରୀଣ ଓଡ଼ିଶାରେ କିଛି ସ୍ଥାନରେ ତାପମାତ୍ରା ୪୩ ଡିଗ୍ରୀ ଛୁଇଁବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଭାଗ । ବଲାଙ୍ଗିର ସମେତ ରାଜ୍ୟର ୭ ସହରରେ ଦିନ ତାପମାତ୍ରା ୪୦ ଡିଗ୍ରୀ ସେଲସିୟସ୍ ଡେଇଁଛି । ଏସବୁ ଅଞ୍ଚଳରେ ସ୍ୱାଭାବିକଠାରୁ ୨ରୁ ୩ ଡିଗ୍ରୀ ତାପମାତ୍ରା ଅଧିକ ରହିଛି । ଗଜପତି, ରାୟଗଡ଼ା, ମାଲକାନଗିରି ଓ କୋରାପୁଟ ଜିଲ୍ଲାରେ ଗୋଟିଏ ଦୁଇଟି ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି ।