THE BYAPINI

‘ମୁଁ ନେବି ପିପିଲି-ଡେଲାଙ୍ଗର ବିକାଶ ଦାୟିତ୍ୱ’

Get real time updates directly on you device, subscribe now.

ପିପିଲିରେ ଭର୍ଚୁଆଲ ଯୋଗେ ପ୍ରଚାର ମୈଦାନକୁ ଓହ୍ଲାଇଲେ ନମ୍ବର ୱାନ ଷ୍ଟାର କ୍ୟାମ୍ପେନର ବିଜେଡ଼ି ସୁପ୍ରିମୋ ନବୀନ ପଟ୍ଟନାୟକ । ବିଜେଡି ପ୍ରାର୍ଥୀ ରୁଦ୍ରପ୍ରତାପ ମହାରଥୀଙ୍କ ପାଇଁ ଭୋଟ ମାଗିଛନ୍ତି ନବୀନ । ପିପିଲି-ଡେଲାଙ୍ଗରେ ଅନେକ ବିକାଶ ହୋଇଛି, ଆଗକୁ ମଧ୍ୟ ଏହି ପ୍ରକ୍ରିୟା ତ୍ବରିତ ହେବ । ଏଥିପାଇଁ ସ୍ବର୍ଗତ ମହାରଥିଙ୍କ ଅବଦାନ ଅତୁଳନୀୟ । ପୁନର୍ବାର ଏହି କାର୍ୟ୍ୟକୁ ଆଗେଇ ନେବା ପାଇଁ ବିଜେଡ଼ି ପ୍ରାର୍ଥୀ ରୁଦ୍ର ମହାରଥିଙ୍କୁ ଭୋଟ ଦେବା ପାଇଁ ନିବେଦନ କରିଛନ୍ତି ମୁଖ୍ୟମନ୍ତ୍ରୀ ।

୬ଟି ଜିଲ୍ଲା ପରିଷଦ ଜୋନବାସୀଙ୍କୁ ସମ୍ବୋଧନ କରି ସୁପ୍ରିମୋ କହିଛନ୍ତି ଏହି ପବିତ୍ର ଐତିହ୍ୟ ସମ୍ପୂର୍ଣ୍ଣ ମାଟିକୁ ମୋର ପ୍ରଣାମ । ପିପିଲି-ଡେଲାଙ୍ଗର ବିକାଶ କାମ ମୁଁ ନିଜ ବୁଝିବି ବୋଲି ପ୍ରତିଶ୍ରୁତି ଦେଇଛନ୍ତି ନବୀନ । ଏହା ସହ ପିପିଲି ଚାନ୍ଦୁଆକୁ ନେଇ ଗର୍ବିତ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ । ଚାନ୍ଦୁଆ ସହର ପିପିଲି ଦେଶ ଓ ବିଦେଶରେ ଓଡ଼ିଶା ପାଇଁ ସୁନାମ ଆଣିଛି । କଳାର ଏହି ପିପିଲି ମାଟି ଧନ୍ୟ ଓ ଏହାର ଇତିହାସ ମଧ୍ୟ ମହାନ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ।

ମୁଖ୍ୟମନ୍ତ୍ରୀ କହିଛନ୍ତି ମୋ ପ୍ରତି ଆପଣମାନଙ୍କ ଭଲ ପାଇବା ରହିଛି, ମୁଁ ପିପିଲି ଯିବାକୁ ଆଗ୍ରହୀ କିନ୍ତୁ କୋଭିଡର କଟକଣା ବାଧକ ସାଜିଛି । ଯେଉଁଥିପାଇଁ ମୁଁ ଆଜି ଭର୍ଚୁଆଲ ଯୋଗେ ଆପଣମାନଙ୍କୁ ଭେଟୁଛି । କୋଭିଡ ସ୍ଥିତି ହଟିବା ପରେ ମୁଁ ନିଶ୍ଚିତ ପିପିଲି ଯାଇ ଆପଣମାନଙ୍କୁ ଭେଟିବି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।

Get real time updates directly on you device, subscribe now.

Leave A Reply

Your email address will not be published.