THE BYAPINI

ନିର୍ମାଣ ଶ୍ରମିକଙ୍କୁ ୩୮୫ କୋଟି

Get real time updates directly on you device, subscribe now.

ନିର୍ମାଣ ଶ୍ରମିକଙ୍କୁ ମୁଖ୍ୟମନ୍ତ୍ରୀଙ୍କ କୋଭିଡ ସହାୟତା ପ୍ରଦାନ । ୨୬ ଲକ୍ଷ ଶ୍ରମିକ ପାଇଲେ ୩୮୫ କୋଟି । ଗରିବ ଲୋକଙ୍କୁ ତାଙ୍କ ଅଧିକାରରୁ କେହି ବି ବଞ୍ଚିତ କରିପାରିବେ ନାହିଁ। ଗରିବ ଲୋକଙ୍କର ସମ୍ମାନର ସହ ବଞ୍ଚିବାର ସମସ୍ତ ଅଧିକାର ରହିଛି ବୋଲି ଆଜି ନିର୍ମାଣ ଶ୍ରମିକ ମାନଙ୍କୁ ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ ଆୟୋଜିତ ଏକ କାର୍ୟ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି । ଏହି ପ୍ୟାକେଜରେ ପ୍ରତି ପଞ୍ଜୀକୃତ ନିର୍ମାଣ ଶ୍ରମିକ ୧୫୦୦ ଟଙ୍କା ଲେଖାଏ ପାଇଲେ। ଗତ ବର୍ଷ ମଧ୍ୟ କୋଭିଡର ପ୍ରଥମ ଲହର ସମୟରେ ନିର୍ମାଣ ଶ୍ରମିକ ମାନଙ୍କୁ ୧୫୦୦ ଟଙ୍କା ଲେଖାଏ ଦିଆଯାଇଥିଲା ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ କୋଭିଡ ସମୟରେ ଏହି ସହାୟତା ନିର୍ମାଣ ଶ୍ରମିକଙ୍କ ଅସୁବିଧାକୁ ହ୍ରାସ କରିବାରେ ସହାୟକ ହେବ । ଶ୍ରମିକ ମାନଙ୍କ କଲ୍ୟାଣ ବିନା ଅର୍ଥନୀତି କେବେ ବି ସମୃଦ୍ଧ ହୋଇପାରିବ ନାହିଁ । ନିର୍ମାଣ ଶ୍ରମିକ ମାନଙ୍କୁ ଜଣେ ଜଣେ ବିଶ୍ବକର୍ମା ଭାବରେ ବର୍ଣ୍ଣନା କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଅନ୍ୟର ସୁବିଧା ପାଇଁ ସେମାନେ ନିଜ ସୁଖକୁ ଭୁଲିଯାନ୍ତି । ଖରାକୁ ପିଠି ଦେଖାଇ ବଡ ବଡ କୋଠା ତିଆରି କରନ୍ତି । ନିଜେ ଜଳି ଅନ୍ୟକୁ ଆଲୋକ ଦେଖାନ୍ତି । ନିଜେ ଅସୁବିଧାରେ ରହି ଅନ୍ୟ ପାଇଁ ଭଲ ଘର ତିଆରି କରନ୍ତି । ରାସ୍ତା, ସେତୁ ଆଦି କରନ୍ତି । ବିକାଶର ପ୍ରତିଟି ପୃଷ୍ଠାରେ ରହିଛି ନିର୍ମାଣ ଶ୍ରମିକ ମାନଙ୍କର ତ୍ୟାଗ ଓ ପରିଶ୍ରମର କାହାଣୀ । ଗରିବ ଲୋକର ତ୍ୟାଗକୁ ସମ୍ମାନ ଦ୍ବାରା ହିଁ ବିକାଶ ସହ ସମସ୍ତଙ୍କ ଯୋଡି ପାରିବା ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ ।

Get real time updates directly on you device, subscribe now.

Leave A Reply

Your email address will not be published.