THE BYAPINI

ସତର୍କ କଲେ ମୁଖ୍ୟମନ୍ତ୍ରୀ

Get real time updates directly on you device, subscribe now.

କରୋନାର ନୂଆ ଭାରିଆଣ୍ଟ ଓମିକ୍ରନ ସଂପର୍କରେ ଲୋକଙ୍କୁ ସତର୍କ କରାଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଓମିକ୍ରନକୁ ନେଇ ଚିନ୍ତା ପ୍ରକଟ୍ଟ କରିବା ସହ ମୁଖ୍ୟମନ୍ତ୍ରୀ କହିଛନ୍ତି, ଓମିକ୍ରନ୍ ବହୁତ ଜୋରରେ ବଢୁଛି, ଆମକୁ ସତର୍କ ରହିବାକୁ ପଡିବ । ପ୍ରତିଟି ଜୀବନ ମୋ ପାଇଁ ମୂଲ୍ୟବାନ । ତେଣୁ ମାସ୍କ ପିନ୍ଧିବା ସହ ପରସ୍ପର ମଧ୍ୟରେ ସାମାଜିକ ଦୂରତା ବଜାଇ ରଖିବାକୁ ଲୋକଙ୍କୁ ଅନୁରୋଧ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଦରକାର ନଥିଲେ ଘରୁ ନବାରିବା ପାଇଁ ପରାମର୍ଶ ଦେଇଛନ୍ତି ।
ସମସ୍ତେ ସହଯୋଗ କଲେ ଏହି ଓମିକ୍ରନ୍ ଲହରକୁ ମୁକାବିଲା କରିହେବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । କରୋନାର ନୂଆ ଭ୍ୟାରିଆଣ୍ଟ ଓମିକ୍ରନ୍ ଡେଲଟା ଭ୍ୟାରିଆଣ୍ଟ ଠାରୁ ଅଧିକ ସଂକ୍ରାମକ ହୋଇଥିବାରୁ ଚିନ୍ତାରେ ପଡିଛି ବିଶ୍ୱ ସ୍ୱସ୍ଥ୍ୟ ସଂଗଠନ । ତେଣୁ ଏହାକୁ ଦୃଷ୍ଟିରେ ରଖି ଏବେଠୁ ସତର୍କ ହେବାକୁ ପଡିବ ।
ତକାଲି ରାଜ୍ୟରେ ଚିହ୍ନଟ କରୋନା ସଂକ୍ରମିତଙ୍କ ଠାରେ ଓମିକ୍ରନ ଭାରିଆଣ୍ଟ ଥିବା ସ୍ପଷ୍ଟ ହୋଇଛି । ୨ ସଂକ୍ରମିତ ହେଲେ ଜଗତସିଂହପୁର ଓ ଖୋର୍ଦ୍ଧା ଜିଲ୍ଲାର । ଏମାନେ ନାଇଜେରିଆ ଓ କତାରରୁ ଫେରିଥିଲେ । ଜିନମ ସିକ୍ୱେନ୍ସିଂରୁ ଓମିକ୍ରନ ଆକ୍ରାନ୍ତ ହୋଇଥିବା ସ୍ପଷ୍ଟ ହୋଇଥିଲଶ । ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ଲାଇଫ୍ ସାଇନ୍ସ ପକ୍ଷରୁ ଏ ନେଇ ସୂଚିତ କରାଯାଇଥିଲା । ସଂକ୍ରମିତ ଚିହ୍ନଟ ପରେ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଉଚ୍ଚସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଥିଲା । ଓମିକ୍ରନ ମୁକାବିଲା ପାଇଁ ସ୍ୱାସ୍ଥ୍ୟ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନରେ ବୈଠକରେ ଆଲୋଚନା ହୋଇଛି ।

Get real time updates directly on you device, subscribe now.

Leave A Reply

Your email address will not be published.