THE BYAPINI

‘୭ ଦିନ ମଧ୍ୟରେ ଘରଭଙ୍ଗା କ୍ଷୟକ୍ଷତିର ରିପୋର୍ଟ ଦିଅ’

Get real time updates directly on you device, subscribe now.

ଆକାଶ ମାର୍ଗରୁ ବାତ୍ୟା ‘ୟାସ୍‌’ ପ୍ରଭାବିତ ଅଞ୍ଚଳ ବୁଲି ଦେଖିବା ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏକ ଉଚ୍ଚସ୍ତରୀୟ ବୈଠକରେ ସ୍ଥିତିର ସମୀକ୍ଷା କରିଛନ୍ତି । ବାତ୍ୟା ‘ୟାସ’ ପରବର୍ତ୍ତୀ ପୁନର୍ଗଠନ ଓ ପୁନରୁଦ୍ଧାର କାର୍ୟ୍ୟର ସମୀକ୍ଷା କରିଛନ୍ତି । ୭ ଦିନ ମଧ୍ୟରେ ପ୍ରଭାବିତ ଜିଲ୍ଲା ଗୁଡିକରେ ଭାଙ୍ଗି ଯାଇଥିବା ଘର ଗୁଡିକ ସଂପର୍କରେ ଆକଳନ କରି ରିପୋର୍ଟ ପ୍ରଦାନ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ।

କ୍ଷତିଗ୍ରସ୍ତ ଜଳମଗ୍ନ ଅଞ୍ଚଳରେ ୭ ଦିନ ପାଇଁ ରିଲିଫ ଘୋଷଣା କରାଯାଇଛି ବୋଲି ପ୍ରକାଶ କରି ସମସ୍ତ ମରାମତି ଓ ପୁନରୁଦ୍ଧାର କାର୍ୟ୍ୟକୁ ଯୁଦ୍ଧକାଳୀନ ଭିତ୍ତିରେ ଜାରି ରଖିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ । ପାନୀୟ ଜଳ ଓ ବିଦ୍ୟୁତ ଯୋଗାଣ ପ୍ରକ୍ରିୟା ଖୁବଶୀଘ୍ର ସ୍ବଭାବିକ କରିବା ପାଇଁ ପରାମର୍ଶ ଦେଇ ଆଜି ସଂଧ୍ୟା ସୁଦ୍ଧା ସମସ୍ତ ମୁଖ୍ୟ ସଡକ ଗୁଡିକ ଯାନବାହାନ ଚଳାଚଳ ପାଇଁ ଅବରୋଧମୁକ୍ତ ହେବ ବୋଲି ସେ ଆଶାପ୍ରକାଶ କରିଥିଲେ ।

ବୈଠକରେ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର କହିଥିଲେ ଯେ ଭଦ୍ରକ ଓ ବାଲେଶ୍ବର ଜିଲ୍ଲା ସର୍ବାଧିକ ପ୍ରଭାବିତ ହୋଇଛି। ବିଦ୍ୟୁତ ଯୋଗାଯୋଗ ପ୍ରକ୍ରିୟା ୭୫ ରୁ ୮୦ ପ୍ରତିଶତ ସ୍ବଭାବିକ ହୋଇଛି ବୋଲି ପ୍ରକାଶ କରି ସେ କହିଲେ ଯେ ଜଳମଗ୍ନ ଅଞ୍ଚଳ ବ୍ୟତୀତ ଅନ୍ୟ ସମସ୍ତ ସ୍ଥାନରେ ବିଦ୍ୟୁତ ଯୋଗାଯୋଗ ସ୍ବଭାବିକ ହୋଇଛି। ପାନୀୟ ଜଳ ପାଇଁ ଡିଜି ସେଟ୍‌, ଟ୍ୟାଙ୍କର ଜରିଆରେ ବ୍ୟବସ୍ଥା କରାଯାଉଛି ବୋଲି ସେ ସୂଚନା ଦେଇଥିଲେ ।

ବୈତରଣୀ ନଦୀର ତଳ ଅଞ୍ଚଳରେ ବନ୍ୟା ଆସିବାର ସମ୍ଭାବନା ଥିବାରୁ ପ୍ରଶାସନ ସତର୍କ ଦୃଷ୍ଟି ରଖିବା ପାଇଁ ସେ ନିର୍ଦ୍ଦେଶ ଦେଇଛନ୍ତି। ବାତ୍ୟା ୟଶର ପରିଚାଳନାରେ ଉଲ୍ଲେଖନୀୟ ସଫଳତା ପାଇଁ ପ୍ରଶାସନିକ ଅଧିକାରୀମାନଙ୍କୁ ପ୍ରଶଂସା କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ସମସ୍ତ ବିଷୟକୁ ଦୃଷ୍ଟିରେ ରଖି ବିଧିବଦ୍ଧ ଯୋଜନା ଏବଂ ତ୍ରୁଟିଶୂନ୍ୟ ପରିଚାଳନା ଯୋଗୁ ବାତ୍ୟା ୟଶର ସଫଳ ମୁକାବିଲା କରାଯାଇପାରିଛି । ସେ କହିଥିଲେ ଯେ ଜନସାଧାରଣଙ୍କ ସହଯୋଗ ରେ ପ୍ରାକୃତିକ ବିପର୍ୟ୍ୟୟ ପରିଚାଳନାରେ ଓଡ଼ିଶା ଅତ୍ୟନ୍ତ ସଫଳ ଓ ପ୍ରଭାବୀ ବୋଲି ପୁଣି ଥରେ ପ୍ରମାଣିତ କରିପାରିଛି ।

Get real time updates directly on you device, subscribe now.

Leave A Reply

Your email address will not be published.