THE BYAPINI

ଆଉ ରହିବନି ଚିକିତ୍ସା ପାଇଁ ଟଙ୍କା ଚିନ୍ତା..

Get real time updates directly on you device, subscribe now.

ମାଲକାନଗିରିରେ ସ୍ମାର୍ଟ ହେଲଥ୍ କାର୍ଡର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ବଣ୍ଡା ଜନଜାତି ମହିଳା ଶୁକ୍ରୀ ଧାଙ୍ଗଡା ମାଝୀଙ୍କୁ ଵିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା ର ପ୍ରଥମ ସ୍ମାର୍ଟ ହେଲଥ କାର୍ଡ ପ୍ରଦାନ କରି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ମାଲକାନଗିରି ରୁ ସ୍ବାସ୍ଥ୍ୟ ସେବାର ଏହି ଐତିହାସିକ ଯାତ୍ରା ଆରମ୍ଭ କରିଛନ୍ତି ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ମୋ ପାଇଁ ପ୍ରତିଟି ଜୀବନ ମୂଲ୍ୟବାନ। ସେ ଚାଷୀ ହେଉ ବା ମୂଲିଆ, ଛୋଟ ଦୋକାନୀ ହେଉ, ବା ରିକ୍ସା ବାଲା, ଟ୍ରଲି ବାଲା କିମ୍ବା ଦୂର ଦୂରାନ୍ତରେ ରହୁଥିବା ଜନଜାତି ଭାଇ ଭଉଣୀ, ବା ସାଧାରଣ ଲୋକ, ସେ ଗାଁ ରେ ରହୁ ବା ସହରରେ, ସମସ୍ତଙ୍କ ଜୀବନ ମୋ ପାଇଁ ମୂଲ୍ୟବାନ । ମୁଁ ଚାହେଁ ସମସ୍ତେ ସୁସ୍ଥ ରୁହନ୍ତୁ । ଚିକିତ୍ସା ପାଇଁ ଟଙ୍କା କେବେ ବାଧକ ନ ହେଉ। ସମସ୍ତେ ସୁସ୍ଥ ରହି ନିଜ ପରିବାରର ଉନ୍ନତି ପାଇଁ କାମ କରନ୍ତୁ । ପ୍ରତି ପରିବାରର ଉନ୍ନତି ରେ ହିଁ ରାଜ୍ୟର ଉନ୍ନତି ବୋଲି ସେ କହିଥିଲେ। ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାରେ ମହିଳା ମାନଙ୍କ ପାଇଁ ଚିକିତ୍ସା ଖର୍ଚ୍ଚ ୧୦ ଲକ୍ଷ ଟଙ୍କାକୁ କିପରି ବୃଦ୍ଧି ହେଲା ସେ ସଂପର୍କରେ ସୂଚନା ଦେଇ ମୁଖ୍ୟମନ୍ତ୍ରୀ କହିଲେ ଯେ “୨୦୧୮ ମସିହାରେ ମାଲକାନଗିରି ପାଇଁ ଆମ ଗାଁ ଆମ ବିକାଶ କାର୍ୟ୍ୟକ୍ରମ ଚାଲିଥିଲା । ମୁଁ ଲୋକସେବା ଭବନରୁ କାର୍ୟ୍ୟକ୍ରମରେ ଯୋଗ ଦେଇଥିଲି । ସେ ସଭାରେ ଝିଅଟିଏ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାରେ ମା ମାନଙ୍କ ପାଇଁ ଚିକିତ୍ସା ଖର୍ଚ୍ଚ ବୃଦ୍ଧି କରିବା ପାଇଁ ପ୍ରସ୍ତାବ ଦେଲା । ଝିଅ ଟିର ସାହସ ଓ ବୁଦ୍ଧିକୁ ସମସ୍ତେ ସେ ଦିନ ତାରିଫ କରିଥିଲେ । ଝିଅଟି ଥିଲା ଆମ ମାଲକାନଗିରିର ମମତା ପଡିଆମୀ । ତାଙ୍କ ପ୍ରୋପୋଜାଲ ଟି ମୋତେ ବହୁତ ଭଲ ଲାଗି ଥିଲା ଏବଂ ମୁଁ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାରେ ମହିଳା ମାନଙ୍କ ଚିକିତ୍ସା ସୁବିଧା ୧୦ ଲକ୍ଷ ଟଙ୍କାକୁ ବୃଦ୍ଧି କରିବା ପାଇଁ ନିଷ୍ପତ୍ତି ନେଇଥିଲି ।”

ଏଭଳି ସୁବିଧା ଦେବା ରେ ସାରା ଦେଶରେ ଓଡିଶା ପ୍ରଥମ ।ଆପଣଙ୍କ ରାଜ୍ୟ ସରକାର ପ୍ରଥମ । ଦେଶର ସ୍ବାସ୍ଥ୍ୟ ସେବା କ୍ଷେତ୍ରରେ ଏହା ଏକ ଐତିହାସିକ ପଦକ୍ଷେପ ବୋଲି ସେ କହିଥିଲେ। ସ୍ଥ୍ୟ ସହିତ ଅର୍ଥନୀତିର ନିବିଡ ସଂପର୍କ ବିଷୟରେ ଆଲୋକପାତ କରି ମୁଖ୍ୟମନ୍ତ୍ରୀ କହିଲେ ଯେ ସ୍ବାସ୍ଥ୍ୟ ଆମ ସମସ୍ତଙ୍କ ପାଇଁ ଗୁରୁତ୍ବପୂର୍ଣ୍ଣ । ସ୍ବାସ୍ଥ୍ୟ ହିଁ ସମ୍ପଦ ବୋଲି କୁହାଯାଏ । ତେଣୁ ପରିବାରରେ କେହି ଅସୁସ୍ଥ ହୋଇପଡିଲେ, ଆମର ଚିନ୍ତା ବଢିଯାଇଥାଏ । ସବଠୁ ବଡ ଚିନ୍ତା ଥାଏ ଚିକିତ୍ସା ପାଇଁ ଆବଶ୍ୟକ ଟଙ୍କା । ଏଥିପାଇଁ କିଏ ଜମି ବିକିଥାଏ, କିଏ ସୁନା ବିକିଥାଏ, କିଏ ଋଣ କରିଥାଏ। କେହି କେହି ଚିକିତ୍ସା ଖର୍ଚ୍ଚ ପାଇଁ ପିଲାମାନଙ୍କ ପାଠପଢା ମଧ୍ୟ ବନ୍ଦ କରିଦେଇଥାନ୍ତି । କେହି କେହି ମଧ୍ୟ ଧାର କରଜ କରିଥାନ୍ତି ।

    ରାଜ୍ୟର ସବୁ ସରକାରୀ ହସ୍‌ପିଟାଲ ଗୁଡିକରେ ସମସ୍ତ ସ୍ବାସ୍ଥ୍ୟ ସେବା ମାଗଣାରେ ପ୍ରଦାନ କରାଯାଉଛି ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ବିଜୁ ସ୍ଵାସ୍ଥ୍ୟ କଲ୍ୟାଣ ଯୋଜନା ରେ  ପ୍ରାଥମିକ ସ୍ବାସ୍ଥ୍ୟ କେନ୍ଦ୍ର ଠାରୁ ଆରମ୍ଭ କରି ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ପର୍ୟ୍ୟନ୍ତ ସବୁ ସରକାରୀ ହସ୍‌ପିଟାଲରେ  ଓଡିଶାବାସୀଙ୍କର ଚିକିତ୍ସା ଖର୍ଚ୍ଚ ରାଜ୍ୟ ସରକାର ବହନ କରୁଛନ୍ତି।  ଆମର ସରକାରୀ ହସ୍‌ପିଟାଲରେ ଡ଼ାଇଲିସିସ୍‌ ଠାରୁ ଆରମ୍ଭ କରି କେମୋ ଥେରାପୀ, ସିଟି ସ୍କାନ,  ଗଜଓ,  ବିଭିନ୍ନ ପାଥୋଲୋଜୀ ଟେଷ୍ଟ ସୁବିଧା ମିଳୁଛି। ମୁଁ ବହୁତ ଖୁସି ଯେ ଆମର ଲକ୍ଷ ଲକ୍ଷ ରୋଗୀ ସରକାରୀ ହସ୍‌ପିଟାଲରେ ଏ ସୁବିଧା ନେଉଛନ୍ତି ।  

Get real time updates directly on you device, subscribe now.

Leave A Reply

Your email address will not be published.