ନବୀନ କରିବେ ଭର୍ଚୁଆଲ ପ୍ରଚାର
ପିପିଲି ଉପନିର୍ବାଚନ ପାଇଁ ରାଜନୈତିକ ମାହୋଲ ସରଗରମ । ପ୍ରମୁଖ ରାଜନୈତିକ ଦଳମାନେ ନିଜ ନିଜ ପ୍ରାର୍ଥୀଙ୍କ ଲାଗି ଜୋରଦାର ପ୍ରଚାର ଚଲାଇଛନ୍ତି । ଷ୍ଟାର କ୍ୟାମ୍ପେନରମାନଙ୍କ ସହ ପ୍ରାର୍ଥୀମାନେ ଭୋଟର ମାନଙ୍କୁ ଆକୃଷ୍ଟ କରିବାକୁ ଲାଗିପଡିଛନ୍ତି । ବିଜେଡି ପ୍ରାର୍ଥୀ ରୁଦ୍ର ପ୍ରତାପ ମହାରଥୀଙ୍କ ପାଇଁ ଖୋଦ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ପ୍ରଚାର ମୈଦାନକୁ ଓହ୍ଲାଇବେ । ମୁଖ୍ୟମନ୍ତ୍ରୀ ଭର୍ଚୁଆଲ ପ୍ରଚାର କରିବେ ବୋଲି କହିଛନ୍ତି ବିଜେଡି ବିଧାୟକ ଉମା ସାମନ୍ତରାୟ ।
ଭର୍ଚୁଆଲ୍ ମାଧ୍ୟମରେ ପ୍ରଚାର କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଜିଲ୍ଲା ପରିଷଦ ଜୋନ ଅନୁଯାୟୀ ପ୍ରଚାର ହେବ । କର୍ମୀ ଏକାଠି ହେବା ସ୍ଥାନରେ ଏଲଇଡି ବ୍ୟବସ୍ଥା ହେବ । କେଉଁ ତାରିଖରେ ପ୍ରଚାର କରିବେ ତାହା ଆଜି ସନ୍ଧ୍ୟାରେ ଚୂଡ଼ାନ୍ତ ହେବ। ଏବଂ ୩୫ ହଜାରରୁ ଅଧିକ ଭୋଟ ବ୍ୟବଧାନରେ ବିଜେଡି ଜିତିବ।ଏ ନେଇ ସୂଚନା ଦେଇଛନ୍ତି ବିଜେଡି ବିଧାୟକ ଉମା ସାମନ୍ତରାୟ ।
ନମ୍ୱର ଓ୍ୱାନ ଷ୍ଟାର ପ୍ରଚାର ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପିପିଲି ଯିବାର କାର୍ୟ୍ୟକ୍ରମ ଥିଲା । କିନ୍ତୁ କରୋନା କାରଣରୁ ଭର୍ଚୁଆଲ ମାଧ୍ୟମରେ ପ୍ରଚାର କରିବେ ବୋଲି ଅନୁମାନ କରାଯାଉଛି । ପିପିଲି ଆସନ ପାଇଁ ଆସନ୍ତା ୧୭ ତାରିଖରେ ଭୋଟ୍ ହେବ । ମେ’ ୨ ତାରିଖରେ ଉପନିର୍ବାଚନ ଫଳାଫଳ ଘୋଷଣା ହେବ ।