ରାଜ୍ୟରେ ଆରମ୍ଭ ହେବ ବାୟୁ ସ୍ୱାସ୍ଥ୍ୟ ସେବା
ସୋମବାର ଠାରୁ ରାଜ୍ୟରେ ଆରମ୍ଭ ହେବ ମୁଖ୍ୟମନ୍ତ୍ରୀ ବାୟୁ ସ୍ୱାସ୍ଥ୍ୟ ସେବା । ଭୁବନେଶ୍ୱର ବିମାନବନ୍ଦରରେ ଏହି କାର୍ୟ୍ୟକ୍ରମରେ ଉଦ୍ଘାଟନ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଉତ୍ତମ ସ୍ୱାସ୍ଥ୍ୟସେବା ପାଇଁ ମୁଖ୍ୟମନ୍ତ୍ରୀ ବାୟୁ ସ୍ୱାସ୍ଥ୍ୟସେବା ଆରମ୍ଭ ହେବ । ପ୍ରଥମ ପର୍ୟ୍ୟାୟରେ ୪ଟି ଜିଲ୍ଲାର ରୋଗୀ ଏହି ବାୟୁ ସ୍ୱାସ୍ଥ୍ୟସେବା ପାଇବେ । ମାଲକାନଗିରି, ନବରଙ୍ଗଗପୁର, କଳାହାଣ୍ଡି, ନୂଆପଡ଼ା ଜିଲ୍ଲାର ରୋଗୀଙ୍କ ପାଖରେ ହେଲିକପ୍ଟରରେ ପହଞ୍ଚିବେ ଡାକ୍ତରୀ ଟିମ୍ । ଆବଶ୍ୟକସ୍ଥଳେ ରୋଗୀଙ୍କୁ ଏୟାରଲିଫ୍ଟ ମଧ୍ୟ କରାଯାଇପାରେ । ପରବର୍ତ୍ତୀ ସମୟରେ ଅନ୍ୟ ଜିଲ୍ଲାରେ ମଧ୍ୟ ଏହି ସୁବିଧା ଉପଲବ୍ଧ ହେବ । ଭୌଗଳିକ ଭାବେ ଉପାନ୍ତ ଅଞ୍ଚଳରେ ଯୋଗାଯୋଗ ସୁବିଧା ନଥିବାରୁ ଏହା ବେଶ୍ ସହାୟକ ହେବ । ମୁଖ୍ୟମନ୍ତ୍ରୀ ବାୟୁ ସ୍ୱାସ୍ଥ୍ୟସେବା ଦ୍ୱାରା ଉପାନ୍ତ ଅଞ୍ଚଳର ଲୋକେ ସହଜରେ ଚିକିତ୍ସା ସେବା ପାଇ ପାରିବେ । ସମୟ ବଞ୍ଚିବା ସହ ଯାତାୟାତ ଯନ୍ତ୍ରଣାରୁ ରୋଗୀଙ୍କୁ ମିଳିବ ମୁକ୍ତି । ଆଜି ସମ୍ବଲପୁରରେ ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସ ଏହା ସୂଚନା ଦେଇଛନ୍ତି।