ସ୍ମାର୍ଟ ତାଲିକାରେ ଯୋଡି ହେବ କନ୍ଧମାଳ
ବିଜୁ ସ୍ମାର୍ଟ ହେଲ୍ଥ କାର୍ଡ ଯୋଜନାରେ ଯୋଡିହେବ କନ୍ଧମାଳ । ଆଜି କନ୍ଧମାଳ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଫୁଲବାଣୀ ସ୍ଥିତ କନ୍ଧମାଳ ଷ୍ଟାଡିୟମରେ ପହଞ୍ଚି ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା ଅନ୍ତର୍ଗତ ସ୍ମାର୍ଟ ହେଲ୍ଥ କାର୍ଡ ବଂଟନର ଶୁଭାରମ୍ଭ କରିବେ । ଜିଲ୍ଲାର ପ୍ରାୟ ୧ ଲକ୍ଷ ୬୭ ହଜାର ହିତାଧିକାରୀଙ୍କୁ ଏହି ସ୍ୱାସ୍ଥ୍ୟ କାର୍ଡ ବଣ୍ଟନ କରାଯିବ । ଏହା ସହ ପ୍ରାୟ ୩ ଶହ କୋଟି ବ୍ୟୟ ଅଟକଳରେ ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ ଓ ଉଦଘାଟନ କରିବେ ମୁଖ୍ୟମନ୍ତ୍ରୀ ।
ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ପାଇଁ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି କରାଯାଇଛି । ରାଜ୍ୟବାସୀଙ୍କୁ ବିନା ମୂଲ୍ୟରେ ସ୍ମାର୍ଟ ସ୍ୱାସ୍ଥ୍ୟସେବା ଯୋଗାଇ ଦେବା ଲକ୍ଷ୍ୟ ନେଇ ମୁଖ୍ୟମନ୍ତ୍ରୀ ଗତ ଅଗଷ୍ଟ ୨୦ରେ ମାଲକାନଗିରିରୁ ଏହି ଯୋଜନାର ଶୁଭାରମ୍ଭ କରିଥିଲେ । ଏହାପରେ ସୁନ୍ଦରଗଡ, ବଲାଙ୍ଗୀର, ଗଜପତି, ପୁରୀ, ଦେବଗଡ, ମୟୂରଭଞ୍ଜ, ସମ୍ବଲପୁର, କଳାହାଣ୍ଡି ଓ ନୂଆପଡା, ବରଗଡ, ଝାରସୁଗୁଡା, କେନ୍ଦୁଝର ଯୋଡି ହୋଇଛି । ଆଜି ବିଜୁ ସ୍ମାର୍ଟ ହେଲ୍ଥ କାର୍ଡ ଯୋଜନାରେ ଯୋଡିହେବ କନ୍ଧମାଳ । ।