THE BYAPINI

ପଡୋଶୀ ରାଜ୍ୟ ପାଇଁ ବଢୁଛି ସଂକ୍ରମଣ?

Get real time updates directly on you device, subscribe now.

ସଂକ୍ରମଣ ବଢୁଥିବାରୁ କଟକଣା ମଧ୍ୟ ଫେରୁଛି । ଆସନ୍ତାକାଲିଠୁ ୧୦ ଜିଲ୍ଲାରେ ନାଇଟ କର୍ଫ୍ୟୁ ଲାଗିବ । ଦେଶରେ କରୋନା ତାର କାୟା ମେଲାଉଥିବା ବେଳେ ସତର୍କ ନହେଲେ ରାଜ୍ୟରେ ମଧ୍ୟ ଖରାପ ସ୍ଥିତି ଉପୁଜିପାରେ । ଦିନକୁ ଦିନ ରାଜ୍ୟରେ ବଢିବାରେ ଲାଗିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ ବୃଦ୍ଧି ପାଉଛି ।

ରାଜ୍ୟରେ ଗତ ୨୪ ଘଣ୍ଟାରେ ୪୭୧ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସୁନ୍ଦରଗଡ଼ ଜିଲ୍ଲାରୁ ସର୍ବାଧିକ ୮୫ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ବିଶେଷ କରି ଛତିଶଗଡ଼ ସୀମାକୁ ଲାଗି କରି ରହିଥିବା ଜିଲ୍ଲା ଗୁଡ଼ିକରେ ସ୍ଥିତି ଉଦ୍‌ବେଗଜନକ ହେଲାଣି। ଏହି ସବୁ ଜିଲ୍ଲାରେ ସଂକ୍ରମଣ ଅଧିକ ହେଉଛି। ଛତିଶଗଡ଼ରୁ ଏହି ସବୁ ଜିଲ୍ଲାକୁ କରୋନା ବ୍ୟାପିଥିବାର ସନ୍ଦେହ କରାଯାଉଛି।
ସୁନ୍ଦରଗଡ଼ରୁ ସର୍ବାଧିକ ୮୫, କଳାହାଣ୍ଡିରୁ ୫୦ ପଜିଟିଭ ଚିହ୍ନଟ ହୋଇଛନ୍ତି । ନୂଆପଡାରୁ ୪୨, ଖୋର୍ଦ୍ଧାରୁ ୪୦, ବଲାଙ୍ଗୀରରୁ ୩୬, ସମ୍ବଲପୁରୁ ୨୭, ଝାରସୁଗୁଡ଼ାରୁ ୨୩, କଟକରୁ ୨୨, ନବରଙ୍ଗପୁରରୁ ୧୭, ମୟୂରଭଞ୍ଜରୁ ୧୬, ବାଲେଶ୍ବରରୁ ୧୫, ପୁରୀରୁ ୧୪, ଗଞ୍ଜାମରୁ ୧୨, ଯାଜପୁରରୁ ୧୧, ଅନୁଗୁଳରୁ ୧୦, ଷ୍ଟେଟପୁଲରୁ ୯, ରାୟଗଡ଼ାରୁ ୮, କୋରାପୁଟରୁ ୭, ଭଦ୍ରକରୁ ୬, ବରଗଡ଼ରୁ ୫, ନୟାଗଡ଼ରୁ ୪, କନ୍ଧମାଳରୁ ୩, ସୋନପୁର, ଗଜପତି, କେନ୍ଦ୍ରାପଡ଼ରୁ ୨ଜଣ ଲେଖାଏଁ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩ଲକ୍ଷ ୪୨ହଜାର ୬୯୫ ଥିବା ବେଳେ ସେମାନଙ୍କ ମଧ୍ୟରୁ ୩,୩୭,୬୩୫ ଜଣ ସୁସ୍ଥ ହୋଇସାରିଲେଣି। ଆକ୍ଟିଭ କେସ୍ ରହିଛି ୩ହଜାର ୮୫ ।

Get real time updates directly on you device, subscribe now.

Leave A Reply

Your email address will not be published.