THE BYAPINI

୬୪୯ କରୋନା ସଂକ୍ରମିତ ଚିହ୍ନଟ, ୧୦୩ କେବଳ ପିଲା

Get real time updates directly on you device, subscribe now.

ରାଜ୍ୟରେ ଗତ ୨୪ ଘଣ୍ଟାରେ ୬୪୯ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। କ୍ୱାରେଣ୍ଟିନ୍‌ରୁ ୩୮୧ ଚିହ୍ନଟ ହୋଇଥିବା ବେଳେ ଲୋକାଲ୍‌ କଣ୍ଟାକ୍ସ ୨୬୮ ରହିଛି। ଚିହ୍ନଟ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୧୮ ବର୍ଷରୁ କମ୍ ବର୍ଗର ୧୦୩ ଜଣ ଅଛନ୍ତି। ଅନୁଗୁଳରୁ ୯, ବାଲେଶ୍ୱରରୁ ୩୭, ବରଗଡ଼ରୁ ୨, ଭଦ୍ରକରୁ ୬, ବଲାଙ୍ଗିରରୁ ୫, ବୌଦ୍ଧରୁ ୧, କଟକରୁ ୮୪, ଦେବଗଡ଼ରୁ ୧, ଢେଙ୍କାନାଳରୁ ୨, ଗଜପତିରୁ ୧, ଗଞ୍ଜାମରୁ ୫, ଜଗତସିଂହପୁରରୁ ୩୭, ଯାଜପୁରରୁ ୩୦, ଝାରସୁଗୁଡ଼ାରୁ ୬, କଳାହାଣ୍ଡିରୁ ୨, କନ୍ଧମାଳରୁ ୨, କେନ୍ଦ୍ରାପଡ଼ାରୁ ୨୪, କେନ୍ଦୁଝରରୁ ୯, ଖୋର୍ଦ୍ଧାରୁ ୨୩୫, କୋରାପୁଟରୁ ୫, ମାଲକାନଗିରିରୁ ୧, ମୟୂରଭଞ୍ଜରୁ ୩୦, ନବରଙ୍ଗପୁରରୁ ୬, ନୟାଗଡ଼ରୁ ୬, ନୂଆପଡ଼ାରୁ ୨, ପୁରୀରୁ ୧୭, ରାୟଗଡ଼ାରୁ ୩, ସମ୍ବଲପୁରରୁ ୯, ସୁନ୍ଦରଗଡ଼ରୁ ୨୫ ଓ ଷ୍ଟେଟ୍‌ପୁଲ୍‌ରୁ ୫୨ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।
ସେହିପରି ରାଜ୍ୟର ଆଉ ୬ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ବାଲେଶ୍ୱର ଓ ପୁରୀରୁ ୨ ଜଣ ଲେଖାଏ, କଟକ ଓ ଖୋର୍ଦ୍ଧାରୁ ଜଣେ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮,୦୯୮ରେ ପହଞ୍ଚିଛି। ରାଜ୍ୟରେ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦,୧୬,୩୬୨ରେ ପହଞ୍ଚି ଥିବାବେଳେ ସେମାନଙ୍କ ମଧ୍ୟରୁ ୧୦,୦୧,୨୫୪ ଜଣ ସୁସ୍ଥ ହୋଇଛନ୍ତି ୬୯୫୭ ଆକ୍ଟିଭ କେସ୍‌ ରହିଛି।

Get real time updates directly on you device, subscribe now.

Leave A Reply

Your email address will not be published.