THE BYAPINI

ଫି’ ଦେବେନି ପରୀକ୍ଷା ଦେବେ

Get real time updates directly on you device, subscribe now.

ମାଟ୍ରିକ ପରୀକ୍ଷାର୍ଥୀଙ୍କ ପାଇଁ ଖୁସି ଖବର । ମାଟ୍ରିକ୍ ପରୀକ୍ଷା ଫି’ ଛାଡ଼ କଲେ ରାଜ୍ୟ ସରକାର । ମାଟ୍ରିକ ପରୀକ୍ଷା ନିମନ୍ତେ ପିଲାମାନଙ୍କ ପରୀକ୍ଷା ଫିସ୍‌ ଛାଡ କରିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଛନ୍ତି। ଛାତ୍ର ସମାଜର ସ୍ୱାର୍ଥକୁ ଦୃଷ୍ଟିରେ ରଖି ଚଳିତ ବର୍ଷ ମାଟ୍ରିକ୍ ପରୀକ୍ଷା ପରୀକ୍ଷା ଫିସ୍‌ ଛାଡ କଲେ ରାଜ୍ୟ ସରକାର ।
ମୁଖ୍ୟମନ୍ତ୍ରୀଙ୍କ ଏହି ନିଷ୍ପତ୍ତି ଦ୍ବାରା ୬ ଲକ୍ଷରୁ ଅଧିକ ଛାତ୍ରଛାତ୍ରୀ ଉପକୃତ ହେବେ। ଏ ବାବଦରେ ରାଜ୍ୟ ସରକାର ୨୭ କୋଟି ଟଙ୍କା ବ୍ୟୟଭାର ବହନ କରିବେ। କରୋନା ପାଇଁ ଏଭଳି ନିଷ୍ପତ୍ତି ନେଇଛନ୍ତି। ପ୍ରତି ପିଲାଙ୍କୁ ମାଟ୍ରିକ ପରୀକ୍ଷା ନିମନ୍ତେ ୪୨୦ ଟଙ୍କା ଲେଖାଏଁ ଫିସ୍‌ ଦେବାକୁ ପଡିଥାଏ ।

କରୋନା ମହାମାରୀ ପରିପ୍ରେକ୍ଷୀରେ ୨୦୨୦-୨୧ ଶିକ୍ଷା ବର୍ଷ ବିଶେଷ ଭାବରେ ପ୍ରଭାବିତ ହୋଇଛି । ୯ ମାସ କାଳ ସ୍କୁଲ ବନ୍ଦ ରହିବା ପରେ ଜାନୁଆରି ୮ ତାରିଖରୁ କୋଭିଡ ଗାଇଡଲାଇନ୍ ମଧ୍ୟରେ କେବଳ ଦଶମ ଓ ଦ୍ବାଦଶ ଶ୍ରେଣୀ ଖୋଲାଯାଇଛି। ପିଲାମାନଙ୍କୁ ପରୀକ୍ଷା ପାଇଁ ପ୍ରସ୍ତୁତ କରିବା ତଥା ପାଠ୍ୟକ୍ରମରେ ବିଭିନ୍ନ ବିଷୟରେ ଥିବା ସନ୍ଦେହ ଦୂର କରିବା ପାଇଁ କ୍ଲାସ କରାଯାଉଛି। କରୋନା ଯୋଗୁ ବହୁ ଲୋକଙ୍କର ଜୀବନଜୀବିକା ପ୍ରଭାବିତ ହୋଇଛି । ରାଜ୍ୟ ସରକାରଙ୍କ ଏହି ନିଷ୍ପତ୍ତି ଫଳରେ ଅର୍ଥାଭାବରୁ କୌଣସି ପିଲା ପରୀକ୍ଷା ଦେବାରୁ ବଞ୍ଚିତ ହେବେ ନାହିଁ।

Get real time updates directly on you device, subscribe now.

Leave A Reply

Your email address will not be published.