ଓଡିଶାରେ ପହଞ୍ଚିଲା ଓମିସିଓର କିଟ୍
ରାଜ୍ୟରେ ଦିନକୁ ଦିନ ଓମିକ୍ରନ ଆକ୍ରାନ୍ତ ଚିହ୍ନଟ ହେଉଥିବାବେଳେ ଆଜି ଓଡ଼ିଶାରେ ୫୦ ହଜାର ଓମିସିଓର କିଟ୍ ପହଞ୍ଚିଛି । ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଏହି ୫୦ ହଜାର ଓମିସିଓର କିଟକୁ ଆରଏମଆରସିକୁ ଦିଆଯାଇଛି । ସୂଚନା ଥାଉ କି ଟାଟା ଏମଡି ଓଡ଼ିଶାକୁ ଏହି କିଟ ଦେଇଥିବାବେଳେ ଏହାର ବ୍ୟବହାର ଫଳରେ ଆଉ ଜିନମ ସିକ୍ୱେନ୍ସିଂର ଆବଶ୍ୟକତା ପଡିବନି । କିଛି ଦିନ ତଳେ ଓମିକ୍ରନ ସହ ଲଢ଼ିବା ପାଇଁ ଟାଟା ପ୍ରସ୍ତୁତ କରିଥିବା ଟେଷ୍ଟିଂ କିଟ୍ ଓମିସିଓରକୁ ମଞ୍ଜୁରୀ ପ୍ରଦାନ କରିଥିଲା ଆଇସିଏମଆର । ଆଉ ପ୍ରଥମ ରାଜ୍ୟ ଭାବେ ଓଡ଼ିଶା ଓମିସିଓର କିଟ କିଣିବା ପାଇଁ ଅର୍ଡର ଦେଇଥିଲା।
ଭାରତରେ ଓମିକ୍ରନ୍ ଭାରିଆଣ୍ଟକୁ ଚିହ୍ନଟ କରିବା ପାଇଁ ବ୍ୟବହୃତ ହେଉଥିବା କିଟ୍ ଆମେରିକାର ଥର୍ମୋ ଫିସର କମ୍ପାନି ବିକଶିତ କରିଛି। ଭାରିଆଣ୍ଟକୁ ଚିହ୍ନିବା ପାଇଁ ଏହା ଏସ ଜିନ୍ ଟାର୍ଗେଟ୍ ଫେଲିଓର ଷ୍ଟ୍ରୋଟେଜି (ଏସଜିଟିଏଫ) ପ୍ରକ୍ରିୟା ବ୍ୟବହାର କରୁଛି। ତେବେ ଆଇସିଏମଆର ଟାଟାର ଯେଉଁ କିଟକୁ ମଞ୍ଜୁରୀ ପ୍ରଦାନ କରିଛି, ତାହାର ସଂପୂର୍ଣ୍ଣ ନାମ ଟାଟା ଏମଡି ଚେକ୍ ଆରଟି-ପିସିଆର ଓମିସିଓର ରହିଛି