THE BYAPINI

ଶତକ ଟପିଲା…ସତର୍କ ହୁଅ

Get real time updates directly on you device, subscribe now.

ଗତ ବର୍ଷ ଠିକ ମାର୍ଚ୍ଚ ମାସରୁ ଆରମ୍ଭ ହୋଇଥିଲା କରୋନା ସଂକ୍ରମଣର ଭୟ । ଏହାରି ମଧ୍ୟରେ କରୋନାକୁ ବର୍ଷେ ପୁରିଛି । ହେଲେ ଏବେବି ଲୋକଙ୍କ ମନରୁ ଯାଇନି କୋଭିଡ଼ ଭୟ । ତେବେ ଠିକ ବର୍ଷକ ପରେ ପୁଣି କଡ ଲେଉଟାଇଛି କରୋନା । ଦେଶରେ ସଂକ୍ରମଣ ଦ୍ରୁତ ଗତିରେ ବଢିଚାଲିଥିବା ବେଳେ ରାଜ୍ୟରେ ଦୁଇ ଅଙ୍କରୁ ତିନି ଅଙ୍କ ଛୁଇଁଛି ସଂକ୍ରମଣ । ଗତ ୨୪ ଘଣ୍ଟାରେ ରାଜ୍ୟରେ ୧୧୦ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

ଗତ କିଛି ଦିନ ହେବ ଓଡ଼ିଶାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦୦ ତଳେ ଥିବା ବେଳେ ଆଜି ରାଜ୍ୟରୁ ୧୧୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ ବୃଦ୍ଧି ପାଉଛି । ତେବେ କେବଳ କଟକରୁ ୨୦ ଜଣ ଓ ଖୋର୍ଦ୍ଧାରୁ ୧୫ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ନୂତନ ୧୧୦ କରୋନା ସଂକ୍ରମିତଙ୍କୁ ମିଶାଇ ରାଜ୍ୟରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୩ ଲକ୍ଷ ୩୮ ହଜାର ୫୯୯ରେ ପହଞ୍ଚିଛି । ଏବେ ସୁଦ୍ଧା ସୁସ୍ଥ ହୋଇ ସାରିଲେଣି ୩ ଲକ୍ଷ ୩୫ ହଜାର ୯୨୩ ଜଣ ଓ ଏବେ ବି ସକ୍ରିୟ ଅଛନ୍ତି ୭୦୫ ଜଣ । ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ଗତ ୨୪ ଘଣ୍ଟା ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ୬ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ବରରୁ ୨ ଜଣ, ବରଗଡ଼ରୁ ୪ ଜଣ, ଭଦ୍ରକରୁ ଜଣେ, କଟକରୁ ୨୦ ଜଣ, ଦେବଗଡ଼ରୁ ୨ ଜଣ, ଢେଙ୍କାନାଳରୁ ଜଣେ, ଗଞ୍ଜାମରୁ ୬ ଜଣ, ଜଗ୍‌ତସିଂହପୁରରୁ ୨ ଜଣ, ଯାଜପୁରରୁ ୫ ଜଣ, ଝାରସୁଗୁଡ଼ାରୁ ୪ ଜଣ, କଳାହାଣ୍ଡିରୁ ୨ ଜଣ, କନ୍ଧମାଳରୁ ଜଣେ, ଖୋର୍ଦ୍ଧାରୁ ୧୫ ଜଣ, କୋରାପୁଟ୍‌ରୁ ଜଣେ, ମୟୂରଭଞ୍ଜରୁ ୯ ଜଣ, ନବରଙ୍ଗପୁରରୁ ୨ ଜଣ, ନୂଆପଡ଼ାରୁ ୯ ଜଣ, ରାୟଗଡ଼ାରୁ ଜଣେ, ସମ୍ବଲପୁରରୁ ୪ ଜଣ, ସୁନ୍ଦରଗଡ଼ରୁ ୭ ଜଣ ଓ ଷ୍ଟେଟ୍‌ପୁଲ୍‌ରୁ ୩ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି।

Get real time updates directly on you device, subscribe now.

Leave A Reply

Your email address will not be published.