THE BYAPINI

ମେ ୧୮ରୁ ଯୁକ୍ତ ଦୁଇ ପରୀକ୍ଷା

Get real time updates directly on you device, subscribe now.

ଯୁକ୍ତ ଦୁଇ ଛାତ୍ରଛାତ୍ରୀଙ୍କ ପାଇଁ ବଡ଼ ଖବର । ଆସନ୍ତା ମେ ୧୮ ତାରିଖରୁ ଆରମ୍ଭ ହେବ ଯୁକ୍ତ ଦୁଇ ପରୀକ୍ଷା । ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ ଏନେଇ ସୂଚନା ଦେଇଛନ୍ତି । ମହାମାରୀ କରୋନା ପାଇଁ ଛାତ୍ରଛାତ୍ରୀମାନଙ୍କ ପାଠପଢ଼ା ଓ ପରୀକ୍ଷା ଉଭୟ ପ୍ରଭାବିତ ହୋଇଥିବା ବେଳେ ଶେଷରେ ପରୀକ୍ଷା ମେ ୧୮ରୁ ଆରମ୍ଭ ହୋଇ ଜୁନ୍‌ ୧୨ ତାରିଖରେ ଶେଷ ହେବ ବୋଲି ଗଣଶିକ୍ଷା ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

କଳା, ବିଜ୍ଞାନ ଓ ବାଣିଜ୍ୟ ବିଭାଗର ସମସ୍ତ ଛାତ୍ରଛାତ୍ରୀମାନେ ଏହି ପରୀକ୍ଷା ଦେଇପାରିବେ ବୋଲି ଉଚ୍ଚ ଶିକ୍ଷା ମନ୍ତ୍ରୀ ସମୀର ଦାଶ ସୂଚନା ଦେଇଛନ୍ତି। ସେହିିପରି ଧନ୍ଦାମୂଳକ ଛାତ୍ରଛାତ୍ରୀଙ୍କ ପରୀକ୍ଷା ମେ ୨୮ ତାରିଖରେ ହେବ ବୋଲି ସୂଚନା ରହିଛି। ଜାତୀୟସ୍ତରର ପ୍ରବେଶିକା ପରୀକ୍ଷାକୁ ଗୁରୁତ୍ୱ ଦେଇ ବିଜ୍ଞାନ ବିଭାଗର ପରୀକ୍ଷାକୁ ଶୀଘ୍ର ଶେଷ କରିବାକୁ ବିଭାଗ ପକ୍ଷରୁ ବ୍ୟବସ୍ଥା କରାଯାଇଛି । ଚଳିତବର୍ଷ ବିଜ୍ଞାନ ବିଭାଗରେ ଇଂରାଜୀ ବଦଳରେ ଫିଜିକ୍ସ ପରୀକ୍ଷା ପ୍ରଥମେ ହେବ । ଏହାପୂର୍ବରୁ କରୋନା ମହାମାରୀକୁ ଦୃଷ୍ଟିରେ ଯୁକ୍ତ ୨ ପରୀକ୍ଷା ପାଇଁ ଭିନ୍ନ ରଣନୀତି ଆପଣାଇଥିଲା ଗଣଶିକ୍ଷା ବିଭାଗ । କରୋନାର ପ୍ରକୋପ କମିବା ମାତ୍ରେ +୨ ଛାତ୍ରଛାତ୍ରୀଙ୍କର କ୍ଲାସ ଆରମ୍ଭ ହୋଇଥିଲା ।

Get real time updates directly on you device, subscribe now.

Leave A Reply

Your email address will not be published.