THE BYAPINI

ପୁଣି ଅସୁସ୍ଥ ପ୍ରଶାନ୍ତ ଜଗଦ୍ଦେବ

Get real time updates directly on you device, subscribe now.

ପୁଣି ଅସୁସ୍ଥ ହୋଇପଡ଼ିଲେ ପ୍ରଶାନ୍ତ ଜଗଦ୍ଦେବ । ଜେଲରେ ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବ ଅସୁସ୍ଥ ହୋଇପଡ଼ିଛନ୍ତି । ଅସୁସ୍ଥ କାରଣରୁ ପ୍ରଶାନ୍ତ ଜଗଦ୍ଦେବଙ୍କୁ ଗତକାଲି ବିଳମ୍ବିତ ରାତିରେ କ୍ୟାପିଟାଲ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଛି ।
ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବ ଗତକାଲି ମଧ୍ୟରାତ୍ରିରେ ଅସୁସ୍ଥତା ଅନୁଭବ କରିଥିଲେ । ଅସୁସ୍ଥତା ଅନୁଭବ କରିବାରୁ ତାଙ୍କୁ ତୁରନ୍ତ ବାଣପୁର ମେଡିକାଲ ଅଧିକାରୀ ସବଜେଲ ଯାଇ ବିଧାୟକଙ୍କ ଚିକିତ୍ସା କରିବାରୁ ତାଙ୍କର ଏକାଧିକ ରୋଗ ଥିବାର ଜାଣିବାକୁ ପାଇଥିଲେ । ବିଧାୟକଙ୍କ ଉଚ୍ଚ ରକ୍ତଚାପ, ମଧୁମେହ, ମୁଣ୍ଡ ବୁଲାଇବା, ଛାତି ଯନ୍ତ୍ରଣା ଆଦି ଥିବାର ମେଡିକାଲ ଅଧିକାରୀ ସମସ୍ତ ଯାଞ୍ଚ ପରେ ଜାଣିବାକୁ ପାଇଥିଲେ। ଏହା ପରେ ବାଣପୁର ମେଡିକାଲ ଅଧିକାରୀଙ୍କ ପରାମର୍ଶ କ୍ରମେ ବିଧାୟକଙ୍କୁ ୧୦୮ ଆମ୍ବୁଲାନ୍ସ ଯୋଗେ ଭୁବନେଶ୍ୱର କ୍ୟାପିଟାଲ ହସ୍ପିଟାଲ ସ୍ଥାନାନ୍ତରିତ କରାଯାଇଥିଲା

Get real time updates directly on you device, subscribe now.

Leave A Reply

Your email address will not be published.